ଲଦାଖରେ ଏବେବି ଅଛନ୍ତି ଦଶ ହଜାର ଚୀନ ସୈନିକ, ଆଜି ପୁଣି ଦୁଇ ଦେଶ ସେନାଧିକାରୀଙ୍କ ମଧ୍ୟରେ ବୈଠକ

1 min read

ନୂଆଦିଲ୍ଲୀ, ୧୧/୦୬: ଲଦାଖରେ ଚୀନ ସୈନିକ ୨ରୁ ତିନି କିଲୋମିଟର ପଛକୁ ଘୁଂଚିଛନ୍ତି  ।  କିନ୍ତୁ ଏବେବି ଚୀନର ୧୦ହଜାର ସୈନ୍ୟ  ଏଲଏସି ବା ବାସ୍ତବିକ ନିୟନ୍ତ୍ରଣ ରେଖରେ ମୁତ୍ତୟନ ଅଛନ୍ତି । ତେବେ ଏହାର ଅର୍ଥ ନୁହେଁ ଭାରତୀୟ ସେନା ସେଠାରେ ନାହାନ୍ତି ।  ଚୀନ ସୈନିକଙ୍କୁ ଜବାବ ଦେବାପାଇଁ  ଭାରତୀୟ ସେନା ମଧ୍ୟ ପ୍ରସ୍ତୁତ । ଏଲଏସିରେ ଭାରତର ଦଶରୁ ବାର ହଜାର ସୈନ୍ୟ ଉପସ୍ଥିତ ଅଛନ୍ତି ।  ଚୀନ୍ ଲଦାଖରେ ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲକୁ ଅକ୍ତିଆର କରିବାକୁ ଚାହୁଁଛି । ଏନେଇ ଭାରତ ଓ ଚୀନ ମଧ୍ୟରେ ଅନେକ ଆଲୋଚନା ଆଗକୁ ବଢିଛି। ବୁଧବାର ୪ ଘଣ୍ଟା ଧରି  ଭାରତ  ଓ ଚୀନ ମଧ୍ୟରେ ମେଜର ଜେନେରାଲ୍ ସ୍ତରୀୟ ଆଲୋଚନା ଅନୁଷ୍ଠିତ ହୋଇଥିଲା | ଚୀନ୍ ସହିତ ଆଜି ମଧ୍ୟ ଆଲୋଚନା ହେବ ।  କିନ୍ତୁ ଏପର୍ଯ୍ୟନ୍ତ ଆଲୋଚନାର ସ୍ଥାନ ସ୍ଥିର ହୋଇନାହିଁ। ତେବେ ଗତକାଲିର ବାର୍ତ୍ତାଳାପ ସକରାତ୍ମକ ଥିଲା ବୋଲି ସେନା ସୂତ୍ରରୁ ପ୍ରକାଶ ।

ସୂଚନା ଯୋଗ୍ୟ ଯେ ଚୀନ୍ ପଛକୁ ଫେରିଛି, କିନ୍ତୁ ଏହାର ୧୦ ହଜାରରୁ ଅଧିକ ସୈନ୍ୟ ଏଲଓସିରେ ଏବେବି ନିୟୋଜିତ ଅଛନ୍ତି । ଚୀନ୍ ସୈନ୍ୟଙ୍କୁ ସାମନା କରିବାପାଇଁ  ଭାରତୀୟ ସେନା ମଧ୍ୟ ପ୍ରସ୍ତୁତ । ଚୀନ୍ ନିଜର ସେନା ପ୍ରତ୍ୟାହାର ନକରିବା ପର୍ଯ୍ୟନ୍ତ ଭାରତୀୟ ସେନା ମଧ୍ୟ ପଛକୁ ଯିବ ନାହିଁ ବୋଲି ଭାରତ ସ୍ପଷ୍ଟ କରିଦେଇଛି ।  ଚୀନର କର୍ଣ୍ଣେଲ, ବ୍ରିଗେଡିୟର୍ ଏବଂ ମେଜର ଜେନେରାଲଙ୍କ ସହିତ ପେଟ୍ରୋଲିଂ ପଏଣ୍ଟ ୧୪, ୧୫ ଏବଂ ୧୭ ଉପରେ ଉପରେ ଆଲୋଚନା ହେବ  ।

ବୁଧବାର ଅନୁଷ୍ଠିତ ଏକ ବାର୍ତ୍ତାଳାପରେ ମୁଖ୍ୟ ଜେନେରାଲ୍ ସ୍ତରର ଅଧିକାରୀମାନେ ମୁହାଁମୁହିଁ ବସିଥିଲେ । ଜୁନ୍ ୬ରେ ଦୁଇ ଦେଶ ମଧ୍ୟରେ ବୈଠକ ଅନୁଷ୍ଠିତ ହୋଇଥିଲା  କିନ୍ତୁ ଚୀନର ମନୋଭାବରେ କୌଣସି ପରିବର୍ତ୍ତନ ହୋଇନାହିଁ  । ଏହି କାରଣରୁ, ପୈଂଗାଁନ୍ଗ ହ୍ରଦରେ ଉତ୍ତେଜନା ରହିଆସିଛି  ।  ପୈଂଗାଁନ୍ଗ ହ୍ରଦ ନିକଟ ଫିଙ୍ଗର ଅଞ୍ଚଳରେ ଭାରତୀୟ ପାର୍ଶ୍ୱରେ ଏକ ରାସ୍ତା ନିର୍ମାଣ କରିବାକୁ ଚୀନ୍ ରାଜି ନାହିଁ। କେବଳ ଏତିକି ନୁହେଁ, ଗାଲଭାନ ଉପତ୍ୟକାର ଡାରବୁକ୍-ଶାୟୋକ-ଦୌଲତା ବାଗ ଓଲଡି ରାସ୍ତାକୁ ସଂଯୋଗ କରୁଥିବା ଅନ୍ୟ ଏକ ରାସ୍ତା ନିର୍ମାଣରେ ମଧ୍ୟ ଚୀନ ଅସନ୍ତୁଷ୍ଟ ଅଛି ।

Leave a Reply