ସ୍କୁଲରେ ସ୍ମାର୍ଟ ବ୍ୟବସ୍ଥା, ଚତୁର୍ଥ ପର୍ଯ୍ୟାୟରେ ୧୦ଟି ରୂପାନ୍ତର ବିଦ୍ୟାଳୟର ଉଦଘାଟନ

1 min read

ଗଞ୍ଜାମ: ରୂପାନ୍ତର ହେଉଛି ସ୍କୁଲ । ସ୍ମାର୍ଟ ବ୍ୟବସ୍ଥାରେ ପାଠ ପଢୁଛନ୍ତି ପିଲା । ଆଜି ଚତୁର୍ଥ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାରେ ୧୦ଟି ରୂପାନ୍ତର ବିଦ୍ୟାଳୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ସ୍କୁଲର ଉଦଘାଟନ କରିବେ । ଏଥିଲାଗି ବହୁ ମନ୍ତ୍ରୀ ଓ ବିଧାୟକ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଶ୍ରେଣୀ ଗୃହ ସାଙ୍ଗକୁ ଇ-ଲାଇବ୍ରେରୀ ନିର୍ମାଣ ହୋଇଛି ।

ଯେଉଁଥିରେ ଛାତ୍ର ଛାତ୍ରୀମାନେ ଅନଲାଇନରେ ପାଠ ପଢିବାର ସୁଯୋଗ ପାଇବେ । ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ସ୍କୁଲ ରୂପାନ୍ତର କାର୍ଯ୍ୟ ଆରମ୍ଭ ହୋଇଥିଲା । ଫାଇଭ୍‌-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ପାଞ୍ଚଟି ପର୍ଯ୍ୟାୟରେ ୫୦ଟି ସ୍କୁଲ ଲୋକାର୍ପଣ କରାଯିବ । ତିନୋଟି ପର୍ଯ୍ୟାୟରେ ୩୦ଟି ସ୍କୁଲ ଲୋକାର୍ପିତ ହୋଇସାରିଛି ।

ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଆଜି ସୁଦ୍ଧା ୪୦ଟି ସ୍କୁଲ ଲୋକାର୍ପିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ  କହିଛନ୍ତି ଯେ ହିଞ୍ଜିଳିର ଏ ସ୍କୁଲ ରୂପାନ୍ତର ପିଲାମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବ ଓ ସେମାନଙ୍କୁ ଜୀବନର ସବୁ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିବ। ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ଯୁଗ ପ୍ରତିଯୋଗିତାର ଯୁଗ ।ଞାନର ଯୁଗ ।ବର୍ତ୍ତମାନ ଯୁଗର ଆବଶ୍ୟକତା କୁ ଆଖି ଆଗରେ ରଖି ଆମେ ପିଲାଙ୍କୁ ସବୁଠାରୁ ଭଲ ସୁବିଧା ଦେବା ପାଇଁ ଚେଷ୍ଟା କରିଛୁ । ହିଞ୍ଜିଳିରୁ ଆରମ୍ଭ ହୋଇଥିବା ଏ ପରିବର୍ତ୍ତନ, ଏ ରୂପାନ୍ତର ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ଓ ଓଡିଶାର ପିଲାମାନଙ୍କୁ ଦେଶର ଶ୍ରେଷ୍ଠ ନାଗରିକ କରି ଗଢିତୋଳିବ ବୋଲି ମୁଖ୍ୟମନ୍ତ୍ରୀ  ଆଶା ବ୍ୟକ୍ତ କରିଥିଲେ ।

ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନ ହେଉଛି ଭବିଷ୍ୟତ ଗଢିବାର ସମୟ। ପିଲାମାନଙ୍କର ଭବିଷ୍ୟତ ଭଲ ହେଲେ, ରାଜ୍ୟ ଓ ଦେଶର ଭବିଷ୍ୟତ ମଧ୍ୟ ଉଜ୍ଜଳ ହେବ । ତେଣୁ ସବୁ ପିଲାମାନେ ନିଜ ଭବିଷ୍ୟତ ପାଇଁ ଯେଉଁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ କଠୋର ପରିଶ୍ରମ କରନ୍ତୁ ଏବଂ ନିଜ ପାଇଁ ଓ ନିଜ ପରିବାର ପାଇଁ ସଫଳତା ଆଣନ୍ତୁ ବୋଲି ସେ କହିଥିଲେ । ପିଲା ମାନଙ୍କ ସଫଳତା ହିଁ ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର ।

Leave a Reply