ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ମାଇଲଖୁଣ୍ଟ: ୧୦୩୮ ନୂଆ ଡାକ୍ତରଙ୍କୁ ନିଯୁକ୍ତି

1 min read

ଭୁବନେଶ୍ୱର: ଗୋଟିଏ ଦିନରେ ୧୦୩୮ ଜଣ ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏଥିସହ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲ୍ ଖୁଣ୍ଟ ପ୍ରତିଷ୍ଠା କରିଛନ୍ତି ରାଜ୍ୟ ସରକାର । ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ନବନିଯୁକ୍ତ ଡାକ୍ତରମାନଙ୍କ ଇଣ୍ଡକ୍ସନ୍ ଟ୍ରେନିଂରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ, ଆଜି ଦିନକୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ଐତିହାସିକ ଦିନ ଭାବେ ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋଟିଏ ଦିନରେ ୧୦୩୮ ଜଣଙ୍କୁ ନିଯୁକ୍ତି ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଲୋକଙ୍କ ସେବାକୁ ନିଜ ଧର୍ମ ଭାବେ ବିଚାର କରି କାର୍ଯ୍ୟ କରିବା ପାଇଁ ନବନିଯୁକ୍ତ ଡାକ୍ତରମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ନୂଆ ଡାକ୍ତରମାନଙ୍କୁ ମୋ ସରକାର ସଂକଳ୍ପ ପାଠ କରାଇଥିଲେ ।

ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ୮,୭୧୯ଟି ଡାକ୍ତର ପଦବୀ ମଧ୍ୟରୁ ବର୍ତ୍ତମାନ ୫,୪୧୪ ଜଣ ନିୟମିତ ଡାକ୍ତର କାର୍ଯ୍ୟ କରୁଛନ୍ତି । ନିକଟରେ ଓପିଏସସି ୧,୪୦୩ ଜଣ ଡାକ୍ତରଙ୍କୁ ଚୟନ କରିଥିବା ବେଳେ ତନ୍ମଧ୍ୟରୁ ୧୦୩୮ ଜଣ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଖୁବଶୀଘ୍ର ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ସୂଚନା ମିଳିଛି ।

ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଉଦ୍‌ବୋଧନ ଦେଇ ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମର ସୁଫଳ ଯେପରି ଲୋକଙ୍କ ପାଖରେ ଠିକ୍‌ ଭାବରେ ପହଞ୍ଚିପାରିବ ସେଥିପ୍ରତି ଯତ୍ନବାନ ହେବାକୁ ଡାକ୍ତରମାନଙ୍କୁ ପରାମର୍ଶ ଦେଇଥିଲେ । ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେବା ସହିତ ମୋ ସରକାରର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଡାକ୍ତରମାନଙ୍କୁ ବୁଝାଇଥିଲେ । ନୂଆ ଡାକ୍ତରମାନେ ସରକାରର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଡାକ୍ତରମାନଙ୍କୁ ବୁଝାଇଥିଲେ । ନୂଆ ଡାକ୍ତରମାନେ କିପରି ରୋଗୀସେବା କ୍ଷେତ୍ରରେ ଏକ ଟ୍ରାନ୍ସଫରମେଟିଭ୍‌ ଭୂମିକା ଗ୍ରହଣ କରିପାରିବେ ସେ ସମ୍ପର୍କରେ ଆଲୋକପାତ କରିଥିଲେ ।

Leave a Reply