ପୁଣି ଶିକ୍ଷକ ନିଯୁକ୍ତିରେ ସରକାରଙ୍କ ରେକର୍ଡ , ପୂରଣ ହେବ ୧୧ ହଜାର ୪୦୩ ପଦବୀ

1 min read

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷକ ନିଯୁକ୍ତିରେ ନୂଆ ରେକର୍ଡ । ଆଉ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଅପ୍ରେଲ ୨୦୨୨ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷକରି ବିଦ୍ୟାଳୟ ମାନଙ୍କରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି । 5-T ରୂପାନ୍ତର କାର୍ଯ୍ୟକ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଏହି ବଡ଼ ପଦକ୍ଷେପ ନିଆଯାଇଛି । ପୂବର୍ରୁ ଗୋଟିଏ ଦିନରେ ୬ ହଜାର ୧୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା ।

ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪ ହଜାର ୬ ଶହ ୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକ ପଦବୀ ପୂରଣ ପାଇଁ ଅଗଷ୍ଟ ୧୩ରେ ବିଜ୍ଞାପନ ପ୍ରକାଶ ପାଇଥିଲା । ସେହିଭଳି ଦ୍ବିତୀୟ ପର୍ଯ୍ୟାୟରେ ୬ ହଜାର ୭ ଶହ ୨୦ ଜଣ TGT କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ବିଜ୍ଞାପନ ପ୍ରକାଶିତ ହୋଇଥିଲା । ଏହା ସହିତ ବର୍ଦ୍ଧିତ ଛାତ୍ରଛାତ୍ରୀ ସଂଖ୍ୟା ଦୃଷ୍ଟିରୁ ଅଧିକ ୩ ହଜାର ୪ ଶହ ୬୨ଟି ଶିକ୍ଷକ ପଦବୀ ମଧ୍ୟ ମଂଜୁର କରାଯାଇଛି ।

୪ ମାସ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଏତେ ସଂଖ୍ୟକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସୂଚାରୁ ରୂପେ ଶେଷ କରିବା, ଶିକ୍ଷାକ୍ଷେତ୍ରରେ ରୂପାନ୍ତର ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି । ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ସରକାର ଗତ କିଛି ଦିନ ଏକ ରେକର୍ଡ ସଂଖ୍ୟକ ନିଯୁକ୍ତି ପ୍ରଦାନ କରିଥିବାବେଳେ ପୁଣି ଥରେ ଶିକ୍ଷକ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି  ।

Leave a Reply