spot_img

Latest Posts

ପିକନିକ ବସ ଓ ଟ୍ରକ୍ ମୁହାଁମୁହିଁ ଧକ୍କା; ୧୪ ମୃତ ଓ ୨୭ ଗୁରୁତର

ଆସାମ: ଆସାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୋଲଘାଟରେ ପିକନିକ ବସ ଓ ଟ୍ରକ୍ ମୁହାଁମୁହିଁ ଧକ୍କା। ଘଟଣାସ୍ଥଳରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଏକାଧିକ ମହିଳା ଓ ଶିଶୁ ରହିଥିବା ସୂଚନା ମିଳିଛି।

ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି। ମିନି ବସରେ ପିକନିକ ପାଇଁ ଯାଉଥିବାବେଳେ ଗୋଲଘାଟ ଜାତୀୟ ରାଜପଥ ଉପରେ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

 

Latest Posts

Don't Miss