ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨୨ଶହ ପାର

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ୍‌ ସଂକ୍ରମିତ ସଂଖ୍ୟା ୨୨ଶହ ୪୫କୁ ବୃଦ୍ଧି ପାଇଛି । ୧୮ ଜିଲ୍ଲାରୁ ୧୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୧୦ ଜଣ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ଓ ୩୧ ଜଣ ସ୍ଥାନୀୟ ଲୋକଙ୍କ ରିପୋର୍ଟ ପଜିଟିଭ ଆସିଛି । ଗଞ୍ଜାମରୁ ସର୍ବାଧିକ ୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ କାଲି ଏକାଥରକରେ ୧୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୧୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ତେବେ ଆଶ୍ୱସ୍ତିକର ଖବର ହେଉଛି ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ କ୍ୱାରେଣ୍ଟାଇନ ସେଣ୍ଟରରୁ ହିଁ ଚିହ୍ନଟ ହେଉଛନ୍ତି । ଏହା ସହ ରାଜ୍ୟରେ କରୋନା ଗ୍ରାଫରେ ଉପର ମୁହାଁ ହୋଇଛି କରୋନା  । ରାଜ୍ୟରେ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ୨୨୪୫ରେ ପହଞ୍ଚିଛି ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା । ଏବେ ରାଜ୍ୟରେ ୯୯୧ ଜଣ କରୋନା ସଂକ୍ରମଣ ମାମଲା ସକ୍ରିୟ ଥିବା ବେଳେ ୧୨୪୫ ଜଣ ସୁସ୍ଥ ହୋଇଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply