ରାଜଧାନୀରୁ ୧୭୦ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ସୁସ୍ଥ ହେଲେ ୧୮୪ ଜଣ ରୋଗୀ

ଭୁବନେଶ୍ୱର: ରାଜ୍ୟ ସହ ରାଜଧାନୀରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି  । ରବିବାର ପୁଣି ୧୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୯୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୮ ଜଣଙ୍କର ରହିଛି ଲୋକାଲ କଣ୍ଟାକ୍ଟ । ସବୁଠାରୁ ବଡ଼ କଥା ହେଉଛି କରୋନା ସଂକ୍ରମଣର ଭୟ ମଧ୍ୟରେ ଆଶ୍ୱସ୍ତି ଦେଉଛି କରୋନା ସୁସ୍ଥ ସଂଖ୍ୟା ।

ଆଜି ୧୮୪ ଜଣ ସୁସ୍ଥ ହୋଇଛନ୍ତି । ତେବେ ଭୁବନେଶ୍ୱରରେ ନୂଆ ସଂକ୍ରମଣ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମଣ ୫ ହଜାର ୨୮୯ରେ ପହଞ୍ଚିଛି । ସେହିଭଳି ସୁସ୍ଥ ସଂଖ୍ୟା ୩ ହଜାର ୪୩୫ରେ ପହଞ୍ଚିଛି । ୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୮୨୩ ଜଣ ଏପର୍ଯ୍ୟନ୍ତି କରୋନାରେ ରୋଗରେ ସକ୍ରିୟ ରହିଛନ୍ତି ।

ଗତ ୨୪ଘଣ୍ଟାରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ସର୍ବାଧିକ ୨୯୨୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯଦିଓ ପୂର୍ବରୁ ସ୍ଥାନୀୟ ସଂକ୍ରମଣ କମ ରହୁଥିଲା କିନ୍ତୁ ଏବେ ସ୍ଥାନୀୟ ସଂକ୍ରମଣ ଚିନ୍ତା ବଢାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୯୨୪ ସଂକ୍ରମିତ ରାଜ୍ୟବାସୀଙ୍କୁ ଭୟଭୀତ କରିଛି ।

ତେବେ ଚିହ୍ନଟ ହୋଇଥିବା ସମୁଦାୟ ସଂକ୍ରମିତଙ୍କମଧ୍ୟରୁ ୧୮୧୫ ଟି କେସ୍ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୧୦୯ଟି ମାମଲା ସ୍ଥାନୀୟ ସଂକ୍ରମଣ ମାମଲା ରହିଛି । ଏନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧି ୪୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave a Reply