ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କର ଜୀବନ

ବୌଦ୍ଧ: ବାସୁଦେବପାଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବୌଦ୍ଧରୁ ସୋନପୁର ଅଭିମୁଖେ ଯାଉଥିବା ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ବାସୁଦେବପାଲି ମାଉଳି ମନ୍ଦିର ନିକଟରେ ଥିବା ଏକ ଗଛରେ ବାଇକଟି ପିଟି ହୋଇ ଯାଇଥିଲା ।

ଗଛରେ ପିଟି ହେବା ପରେ ଘଟଣାସ୍ଥଳରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ହେଲେ ସୋନପୁର ମଝିପଡ଼ାର ଶଶୀକାନ୍ତ ବାଘ ଓ ସଜଦେବ ସିଂହ । ମନମୁଣ୍ଡା ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଁଚି ମୃତଦେହ ଉଦ୍ଧାର କରିବା ସହ ପୋଲିସ ତଦନ୍ତ ଆରମ୍ଭ କରିଛି ।

Leave a Reply