ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗର ୨ ଗିରଫ

ଭୁବନେଶ୍ବର: ଧରାହେଲା ଆନ୍ତରାଜ୍ୟ ଲୁଟେରା ଗ୍ୟାଙ୍ଗ । ରାଜଧାନୀର ବିଭିନ୍ନ ଆପାର୍ଟମେଂଟରୁ ହୋଇଥିବା ସିରିଜ ଲୁଟ ଘଟଣାରେ ଏମାନଙ୍କ ସମ୍ପୃକ୍ତି ରହିଛି । ଅଭିଯୁକ୍ତଙ୍କ ଠାରୁ ଗୋଟିଏ କାର, ୨ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯାଇଛି । ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗର ୨ ଗିରଫ । ଗିରଫ କଲା କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍ୱାଡ୍‌ । ରାଜଧାନୀର ପାଞ୍ଚଟି ଆପାର୍ଟମେଣ୍ଟରେ ୧୨ ଫ୍ଲାଟ୍ ରୁ ଲୁଟ୍ କରିଥିଲେ ଏହି ଗ୍ୟାଙ୍ଗ । ଏମାନେ ଚନ୍ଦକା ଥାନା ଅଞ୍ଚଳ ଆପାର୍ଟମେଣ୍ଟ, ଇନ୍ଫୋସିଟ ଥାନା ଅଞ୍ଚଳ ରାଜ ବାଟିକା, ଭରତପୁର ଥାନା ଅଞ୍ଚଳରେ ଥିବା ଶ୍ରୀକ୍ଷେତ୍ର ଆପାର୍ଟମେଣ୍ଟ ଓ ମଞ୍ଚେଶ୍ୱର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରୁ ଲୁଟ୍‌ କରିଥିଲେ । ଲୁଟେରା ଗ୍ୟାଙ୍ଗ ବାହାର ରାଜ୍ୟର । ଏମାନଙ୍କୁ ଧରିବା ପାଇଁ ସିସିଟିଭିରୁ ମିଳିଥିବା ଭିଜୁଆଲ ଅନୁସାରେ କିଛି ଦିନ ତଳେ ସର୍ବସାଧାରଣରେ ଫଟୋ ଜାରି କରିଥିଲା କମିଶନରେଟ ପୋଲିସ । ଏହି ଗ୍ୟାଙ୍ଗର ଅନ୍ୟ ସଦସ୍ୟ ଏବେବି ଫେରାର ଅଛନ୍ତି । ସେମାନଙ୍କୁ ଧରିବା ପାଇଁ ପ୍ରୟାସ ଚାଲିଛି ।