ବଢ଼ିଲା ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା

କଟକ: ବଢ଼ିଲା ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା । ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ବରିଷ୍ଠ ଆଇନଜୀବି ସଞ୍ଜୟ ମିଶ୍ର । ହାଇକୋର୍ଟର ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଏହି ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ ମୂରଲୀଧର ଏହି ଶପଥ ପାଠ କରାଇଛନ୍ତି । ତେବେ ଗତ ୨୭ ତାରିଖରେ ସୁପ୍ରିମକୋର୍ଟ କଲେଜିଏମଙ୍କ ସୁପାରିଶକ୍ରମେ ବିଭିନ୍ନ ହାଇକୋର୍ଟର ବିଚାରପତିଙ୍କ ବଦଳି ପାଇଁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଯେଉଁଥିରେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ଚିତ୍ତରଂଜନ ଦାସଙ୍କୁ କଲିକତା ହାଇକୋର୍ଟକୁ ବଦଳି କରାଯାଇଥିବା ବେଳେ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ସେପଟେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କ ନିଯୁକ୍ତିକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।