ରାଜ୍ୟରେ ଆଉ ୨୦ କରୋନା ପଜିଟିଭ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦୫କୁ ବୃଦ୍ଧି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଏହି ସୂଚନା ଦିଆଯାଇଛି । କେବଳ ଗଞ୍ଜାମ ଜିଲ୍ଲାରେ ଅଧିକ ୧୭ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି । ଅପର ପକ୍ଷରେ ପ୍ରଥମ କରି ମୟୂରଭଞ୍ଜ ଜିଲ୍ଲାକୁ କରୋନା ଡେଇଁଛି । ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭ ଆସିଥିବା ସମସ୍ତ ସଂକ୍ରମିତ ସୁରତ ଫେରନ୍ତା ।

ବର୍ତ୍ତମାନ ସୁଦ୍ଧା ତାଜା ସୂଚନା ଅନୁସାରେ ଯାଜପୁରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ୧୮ ଜିଲ୍ଲାକୁ ଡେଇଁଲା କରୋନା ।ଏଥିସହ ରାଜ୍ୟରେ ମୋଟ ୧୪୨ଟି ଆକ୍ଟିଭ କେସ ରହିଛି । ୬୧ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛିଯ

 

ଜଗତସିଂହପୁରରେ ଏକାଥରକେ ୪, କେନ୍ଦ୍ରାପଡ଼ାରେ ଜଣେ ନୂଆ ଆକ୍ରାନ୍ତ

Leave a Reply