ନନ୍ଦିଘୋଷ ବ୍ୟୁରୋ : ଆତ୍ମସମର୍ପଣ କଲେ ୨୨ ମାଓବାଦୀ । ମାଲକାନଗିରି ଜିଲ୍ଲା ପୋଲିସ ନିକଟରେ ୨୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ଦେଖିବାକୁ ମିଳିଛି । ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓସାମଗ୍ରୀ ସହ ଏହି ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ ୨ଜଣ ଆନ୍ଧ୍ର ଓଡିଶା ବୋର୍ଡର ଜୋନାଲ କମିଟିର ସଦସ୍ୟ ହୋଇଥିବା ବେଳେ ୨୦ଜଣ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟିର ସଦସ୍ୟ ରହିଛନ୍ତି । ଏମାନଙ୍କ ମଧ୍ୟରେ କୁଖ୍ୟାତ ମାଓ ନେତା ଡିସିଏମ ଲିଙ୍ଗେ ମଧ୍ୟ ସାମିଲ ଅଛି । ବହୁ ବଡ଼ ବଡ଼ ମାଓ ହିଂସାକାଣ୍ଡରେ ଏମାନେ ସାମିଲ ଥିଲେ । ଏହି ଆତ୍ମସମର୍ପଣକାରୀଙ୍କ ନାମରେ ୨କୋଟି ୨୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ପୁରଷ୍କାର ଥିଲା ।
ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ସମ୍ମୁଖରେ ଏହି ମାଓବାଦୀ ମାନେ ଆତ୍ମସମର୍ପଣ କରିଛନ୍ତି । ଅନ୍ୟ ମାଓବାଦୀମାନେ ଆତ୍ମସମର୍ପଣ କରିବାକୁ ଆହ୍ବାନ କରିଛନ୍ତି ପୋଲିସ ଡିଜି । ହିଂସାର ପଥ ଛାଡି ଆତ୍ମସମର୍ପଣ କଲେ ସରକାରୀ ସ୍ତରରେ ସେମାନଙ୍କୁ ବିଭିନ୍ନ ସହାୟତା ପ୍ରଦାନ ସହ ଥଇଥାନ କରାଯିବ ବୋଲି ପୋଲିସ ଡିଜି ପ୍ରକାଶ କହିଛନ୍ତି । ଆତ୍ମସମର୍ପଣ ପରେ ସମସ୍ତଙ୍କୁ ସରକାରୀ ନୀତି ଅନୁଯାୟୀ ଥଇଥାନ କରାଯିବ ବୋଲି ପୋଲିସ କହିଛି ।

