ଦେବୀ ଦର୍ଶନ ସାରି ଫେରୁଥିଲେ, ଚାଲିଗଲା ୨୪ ଜଣଙ୍କ ଜୀବନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର କାନପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା । ଏଥିରେ ୨୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଛୋଟ ପିଲା ଥିବା ଜଣାପଡିଛି । ଉନ୍ନାଉରୁ ଏକ ଟ୍ରାକ୍ଟର ଯୋଗେ ଲୋକେ ଫେରୁଥିବା ବେଳେ ଗୋଥାମ ନିକଟରେ ଟ୍ରାକ୍ଟରଟି ଓଲଟି ପଡିଥିଲା । ଗୁରୁତରଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଛି ।
ଘଟଣାରେ ସ୍ଥଳରେ ପୋଲିସ ଓ ସ୍ଥାନୀୟ ଲୋକେ ପହଞ୍ଚିଥିଲେ । ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ଏଥିସହ ଗୁରୁତର ୫୦ ହଜାର ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ଲୋକମାନେ ଚନ୍ଦ୍ରିକା ଦେବୀଙ୍କ ଦର୍ଶନ କରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ପୋଖରୀକୁ ଖସିପଡିଥିଲା ଟ୍ରାକ୍ଟର ।