କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ୩୬୦କୋଟି, ଉପକୃତ ହେବେ ୮ ଲକ୍ଷ

ଭୁବନେଶ୍ୱର:କେନ୍ଦୁପତ୍ର ତୋଳାଳିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି । ପାଇବେ ୨୪୦ କୋଟି ଟଙ୍କା । ଉପକୃତ ହେବେ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳି । ବୋନସ ଓ ଅନ୍ୟାନ୍ୟ ଭତ୍ତା ପାଇଁ ୧୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ମୋଟ୍ ଉପକୃତ ହେବେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳି ଓ ଅନ୍ୟ କର୍ମଚାରୀ ।

ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ ।

ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା । ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି । ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ । ସୂଚନା ଅନୁସାରେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।