ଘାଟିକୁ ଖସିଲା ବସ୍, ୨୨ ଯାତ୍ରୀ ମୃତ
1 min readଡେରାଡୁନ: ଉତ୍ତରାଖଣ୍ଡ ଉତ୍ତରକାଶୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘାଟିକୁ ଖସିଲା ବସ୍ । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି । ୨୮ ଯାତ୍ରୀଙ୍କୁ ନେଇ ମଧ୍ୟପ୍ରଦେଶ ପନ୍ନା ଜିଲ୍ଲାରୁ ଏକ ବସ୍ ଯମୁନେତ୍ରୀ ଯାଉଥିବା ବେଳେ ଏହି ଅଘଟଣ ଘଟିଛି । ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଖାଇକୁ ଖସି ପଡ଼ିଥିଲା ବସ୍ । ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା ପୋଲିସ ଏବଂ ଅଗ୍ନିଶମ ବାହିନୀ । ହେଲେ ମେଡିକାଲରେ ୨୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ସମସ୍ତ ମୃତକ ମଧ୍ୟପ୍ରଦେଶର ହୋଇଥିବା ସୂଚନା ମିଳିଛି ।
The Prime Minister has announced an ex-gratia of Rs. 2 lakh each from PMNRF for the next of kin of those who lost their lives in the accident in Uttarakhand. The injured would be given Rs. 50,000 each.
— PMO India (@PMOIndia) June 5, 2022
उत्तरकाशी में हुई अत्यंत दु:खद दुर्घटना के दृष्टिगत आपदा कंट्रोल रूम पहुंचकर मैंने स्वयं स्थिति पर नजर बनाए रखी है। स्थानीय प्रशासन व SDRF की टीमें बचाव कार्य में लगी हैं और NDRF की टीम भी शीघ्र वहाँ पहुँच रही है।
— Pushkar Singh Dhami (Modi Ka Parivar) (@pushkardhami) June 5, 2022
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ଅନୁକମ୍ପା ରାଶି ମଧ୍ୟ ଘୋଷଣା କରିଛନ୍ତି । ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ସେପଟେ ଉତ୍ତରଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମଧ୍ୟ ଶୋକ ପ୍ରକାଶ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ଆହତଙ୍କ ମାଗଣା ଚିକତ୍ସା ବ୍ୟବସ୍ଥା କରିଛନ୍ତି ମୁଖ୍ୟମନ୍ତ୍ରୀ ।