ମାଲକାନଗିରିରେ ଏନ୍କାଉଣ୍ଟର: ପୋଲିସ ଗୁଳିରେ ୩ ମାଓବାଦୀ ନିପାତ
1 min read
ମାଲକାନଗିରି: ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ । ପୋଲିସର ଏନକାଉଣ୍ଟରରେ ୩ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ୨ ମହିଳା ଓ ଜଣେ ପୁରୁଷ ମାଓବାଦୀ ନିପାତ ହୋଇଛନ୍ତି । ଘଟଣାସ୍ଥଳରୁ ଗୋଟିଏ ଇନସାସ ଓ ଏସଏଲଆର ରାଇଫଲ ସହ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି । SOG ଏବଂ DVF ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଛି ।