ରାଜ୍ୟରେ ଆଉ ୩ଜଣ ସଂକ୍ରମିତଙ୍କ ମୃତ୍ୟୁ

1 min read
3 more people have died in Odisha for Covid

ଭୁବନେଶ୍ୱର:  ସଂକ୍ରମଣ ସହ ତାଳ ଦେଇ ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଜି ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୮୬ରେ ପହଞ୍ଚିଛି । ଗଞ୍ଜାମର ୨ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଗଜପତିରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଗଞ୍ଜାମ ଜିଲ୍ଲାର ୬୩ ବର୍ଷୀୟ ଏବଂ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ହୋଇଛି । ସେହିଭଳି ଗଜପତି ଜିଲ୍ଲାର ୪୮ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଛି । ସେ ମେଦ ବହୁଳ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି ।

ଆଜି ୨ ନୂଆ ମୃତ୍ୟୁ ସହ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୫୨ରେ ପହଞ୍ଚିଛି । ଯେତେବେଳେ କି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୨୮୦ ଛୁଇଁଛି । ସେହିପରି ଆଜି ରାଜ୍ୟରେ ୫୯୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବଂ ଏଥିରୁ ଗଞ୍ଜାମ ଜିଲ୍ଲାର ୧୮୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସଂକ୍ରମଣ ରୋକିବାକୁ ସରକାର କଡ଼ା ପଦକ୍ଷେପ ନେଉଛନ୍ତି । ଗତକାଲିଠାରୁ ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଲା ସହ ରାଉରକେଲା ପୌରାଞ୍ଚଳରେ ଲକଡାଉନ୍ ଲାଗୁ ହେଉଛି । ଗତକାଲି ରାତି ୯ଟାରୁ ଲକଡାଉନ୍ ଜୁଲାଇ ୩୧ ତାରିଖ ଯାଏଁ ବଳବତ୍ତର ରହିବ । ତେବେ ଏହି ସମୟରେ ଟେଷ୍ଟିଂକୁ ତ୍ୱରାନ୍ୱିତ କରାଯିବ ।

Leave a Reply