ବେକରୁ ବାହାରିଲା ଜାଭେଲିନ୍, ସୁସ୍ଥ ଅଛନ୍ତି ସଦାନନ୍ଦ

ବଲାଙ୍ଗୀର: ଏକ ଘଣ୍ଟାର ଅସ୍ତ୍ରୋପଚାର ପରେ ବେକରୁ ବାହାରିଲା ଜାଭଲିନ୍ । ସୁସ୍ଥ ଅଛି ଛାତ୍ର ସଦାନନ୍ଦ। ବଲାଙ୍ଗୀର ଆଗଲପୁର ବାଳକ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଚାଲିଥିବା ବେଳେ ଛାତ୍ରଙ୍କ ବେକରେ ପଶିଯାଇଥିଲା ଜାଭେଲିନ୍।

ନବମ ଶ୍ରେଣୀ ଛାତ୍ର ସଦାନନ୍ଦ ମେହେର ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।

ସ୍ବତନ୍ତ୍ର ୮ଜଣିଆ ଡାକ୍ତରୀ ଟିମ୍‌ଙ୍କ ଅପରେସନ ପରେ ସୁସ୍ଥ ଅଛି ସଦାନନ୍ଦ । ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ ଓ ଡିଇଓ ମେଡିକାଲରେ ଉପସ୍ଥିତ ଅଛନ୍ତି । ଛାତ୍ରଙ୍କୁ ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା ଯୋଗାଇ ଦିଆଯିବା ସହ ୩୦ ହଜାର ଟଙ୍କା ରେଡକ୍ରସ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ଜିଲ୍ଲାପାଳ ଘୋଷଣା କରିଥିଲେ ।

ଏହାସହ ସୁସ୍ଥ ହେବା ପର୍ଯ୍ୟନ୍ତ ଛାତ୍ରଙ୍କ ସମସ୍ତ ଚିକିତ୍ସା ରାଜ୍ୟ ସରକାର ବହନ କରିବେ ବୋଲି କହିଥିଲେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ।