ରାଜ୍ୟରେ ୯୭ ହଜାର ପାର ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୩୨୫୨ ନୂଆ ସଂକ୍ରମିତ ଚିହ୍ନଟ

1 min read

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ପ୍ରତିଦିନ ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗତକାଲି ୩୬୮୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶନିବାର ପୁଣି ୩ ହଜାର ୨୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୯୮୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୬୫ ଜଣଙ୍କର ରହିଛି ଲୋକାଲ କଣ୍ଟାକ୍ଟ । ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟରେ ୯୭ ହଜାର ୯୨୦ରେ ପହଞ୍ଚିଛି ମୋଟ ସଂକ୍ରମିତଙ୍କ ସଂଖ୍ୟା । ସେହିଭଳି ୬୭ ହଜାର ୮୨୬ ଜଣ ସୁସ୍ଥ ହୋଇଥିବା ବେଳେ ୨୯ ହଜାର ୫୭୧ ଜଣ କରୋନା ରୋଗୀ ସକ୍ରିୟ ରହିଛନ୍ତି । ଏବେ ରାଜ୍ୟରେ ୧୬ ଲକ୍ଷ ୭୦ ହଜାର ୯୧୦ କରୋନା ଟେଷ୍ଟ ହୋଇଛି ।

ଗତକାଲି ଭଳି ଶନିବାର ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ୭୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ରାୟଗଡ଼ାରୁ ୪୫୦ ଏବଂ କଟକରୁ ୩୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯଦି ଦେଖିବା ଏହି ୩ଟି ଜିଲ୍ଲାରୁ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୧, ବାଲେଶ୍ୱରରୁ ୭୮, ବରଗଡ଼ରୁ ୧୪୬, ଭଦ୍ରକରୁ ୭୬, ବଲାଙ୍ଗିରରୁ ୬୪, ବୌଦ୍ଧରୁ ୩୮, ଦେବଗଡ଼ରୁ ୭, ଢ଼େଙ୍କାନାଳରୁ ୯୪, ଗଜପତିରୁ ୨୦, ଗଞ୍ଜାମରୁ ୧୬୯, ଜଗତସିଂହପୁରରୁ ୩୬, ଯାଜପୁରରୁ ୮୩, ଝାରସୁଗୁଡ଼ାରୁ ୫୫, କଳାହାଣ୍ଡିରୁ ୨, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୭୭, କେନ୍ଦୁଝରରୁ ୫୦, କୋରାପୁଟରୁ ୨୫, ମାଲକାନାଗିରିରୁ ୨୧, ମୟୂରଭଞ୍ଜରୁ ୧୨୩, ନବରଙ୍ଗପୁରରୁ ୪୧, ନୟାଗଡ଼ରୁ ୧୨୦, ନୂଆପଡ଼ାରୁ ୨୫, ପୁରୀରୁ ୧୩୫, ସମ୍ବଲପୁରରୁ ୬୩, ସୋନପୁରରୁ ୩୮, ସୁନ୍ଦରଗଡ଼ରୁ ୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave a Reply