ମହିଳାଙ୍କୁ ପାର୍ଲାମେଣ୍ଟ ଓ ବିଧାନସଭାରେ ୩୩ % ସଂରକ୍ଷଣ ସ୍ୱର ଓଡିଶା ମାଟିରୁ ଆରମ୍ଭ

1 min read

ନୂଆଦିଲ୍ଲୀ : ମହିଳାଙ୍କୁ ପାର୍ଲାମେଣ୍ଟ ଓ ବିଧାନସଭା ନିର୍ବାଚନରେ ୩୩ ପ୍ରତିଶତ ସଂରକ୍ଷଣ ପ୍ରଦାନ ପ୍ରକ୍ରିୟା ଓଡିଶା ମାଟିରୁ ଆରମ୍ଭ ହୋଇଛି  । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ମଙ୍ଗ ଧରିଛନ୍ତି  । ପ୍ରଥମତଃ ଏକ ବିଲ ଆଗତ କରି ପୌର ଓ ପଞ୍ଚାୟତରେ ମହିଳାଙ୍କ ପାଇଁ ରାଜ୍ୟ ସରକାର ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିଲେ  । ଏହାପରେ ୨୦୧୮ ମସିହା ନଭେମ୍ବର ୨୧ ତାରିଖରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସଂକଳ୍ପ ଆଗତ କରିଥିଲେ  । ଲୋକସଭା ଏବଂ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ଆସନ ସଂରକ୍ଷଣ ନିମନ୍ତେ  ଆଗତ ଏହି ସଂକଳ୍ପ ବିଧାନସଭାରେ ପାରିତ ହୋଇଥିଲା  । ଏହି ସଂକଳ୍ପ ଆଧାରରେ ବିଜେଡିର ଏକ ପ୍ରତିନିଧି ଦଳ ପରବର୍ତ୍ତୀ ସମୟରେ ବିଭିନ୍ନ ରାଜ୍ୟକୁ ଗସ୍ତକରି ସଂପୃକ୍ତ ରାଜ୍ୟର ପ୍ରମୁଖ ରାଜନୈତିକ ଦଳର ମୁଖ୍ୟମାନଙ୍କୁ ସାକ୍ଷାତକରି ଏହି ବ୍ୟବସ୍ଥା ଲାଗୁ କରିବାକୁ ଅନୁରୋଧ କରିଥିଲେ  । କେବଳ କଥାରେ କଥାରେ ଏହାକୁ ନରଖି ୨୦୧୯ ନିର୍ବାଚନ ଅବ୍ୟବହିତ ପୂର୍ବରୁ ବିଜେଡି ସୁପ୍ରିମୋ ପ୍ରଥମେ ଏହାକୁ ନିଜ ଦଳ କ୍ଷେତ୍ରରେ ଲାଗୁ କରିବାକୁ ଘୋଷଣା କରିଥିଲେ  ।Part of special session is likely to be held in new Parliament building | Latest News India - Hindustan Times

୨୦୧୯ ମସିହା ମାର୍ଚ୍ଚ ୧୦ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ ଯେ, ରାଜ୍ୟର ୨୧ଟି ଲୋକସଭା ଆସନ ମଧ୍ୟରୁ ୩୩ ପ୍ରତିଶତ ଆସନରେ ଅର୍ଥାତ ୭ଟି ଆସନରେ ବିଜୁ ଜନତା ଦଳ ମହିଳା ପ୍ରାର୍ଥୀ ଦେବ  । ଦଳୀୟ ଟିକେଟ ପ୍ରଦାନ ବେଳେ ସେୟା ହିଁ ହେଲା  । ବିଜୁ ଜନତା ଦଳ ୭ଟି ଲୋକସଭା ଆସନରେ ମହିଳା ପ୍ରାର୍ଥୀ ଦେଇଥିଲା  । ମହିଳାଙ୍କ ବିକାଶ ଏବଂ ମହିଳାଙ୍କ ସଶକ୍ତିକରଣ ଦିଗରେ ଅହରହ କାର୍ଯ୍ୟ କିଆସୁଥିବା ମୁଖ୍ୟମନ୍ତ୍ରୀasembly ନବୀନ ପଟ୍ଟନାୟକ ବରାବର ଏହି ସଂରକ୍ଷଣ ବାବଦରେ ସ୍ବର ଉଠାଇ ଆସୁଛନ୍ତି  । ସଂସଦର ଅଧିବେଶନ ପୂର୍ବରୁ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମଧ୍ୟ ବିଜୁ ଜନତାଦଳର ସାଂସଦମାନେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ଆସନ ସଂରକ୍ଷଣ ବିଲ ଆଗତ କରିବା ଲାଗି ଦାବି ଦୋହରାଇଥିଲେ  ।