spot_img

Latest Posts

ରାଉରକେଲା ଇସ୍ପାତ କାରଖାନାରେ ଗ୍ୟାସ୍ ଲିକ୍, ୪ ଠିକା କର୍ମଚାରୀଙ୍କ ମୃତ୍ୟୁ

ରାଉରକେଲା: ରାଉରକେଲା ଇସ୍ପାତ କାରଖାନାରେ ଗ୍ୟାସ୍ ଲିକ୍‌ ଘଟଣା । ପୂର୍ବରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏଥିରେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୋଟ ୪ଜଣ ଠିକା କର୍ମଚାରୀଙ୍କ ମୃତ୍ୟୁ ହୋଇଛି। କୋଲ୍ କେମିକାଲ ଡିପାର୍ଟମେଣ୍ଟ ବା ସିସିଡି ବିଭାଗରେ ଗ୍ୟାସ ଲିକ୍ ହୋଇ ସମସ୍ତେ ଗୁରୁତର ହୋଇଥିଲେ। ସମସ୍ତଙ୍କୁ ଗୁରତର ଅବସ୍ଥାରେ ଇସ୍ପାତ ଜେନେରାଲ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ସମୟରେ ସେମାନଙ୍କ ମୃତ୍ୟୁ ହୋଇଛି।

ଗ୍ୟାସ୍ ଲିକର କାରଣ ଅସ୍ପଷ୍ଟ ଥିବା ବେଳେ, ଆରଏସପିର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଜାରି ରଖିଛନ୍ତି। ଘଟଣା ପରେ ଆଇଜିଏଚରେ ପହଞ୍ଚିଛନ୍ତି ପଶ୍ଚିମାଞ୍ଚଳ ପୋଲିସ ଆଇଜି କବିତା ଜଲାନ। ସେହିପରି ବିଭିନ୍ନ ଶ୍ରମିକ ସଙ୍ଗଠନର ନେତା ଓ କର୍ମକର୍ତ୍ତା ପହଞ୍ଚି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଶ୍ରମିକଙ୍କ ପରିବାରକୁ କ୍ଷତିପୁରଣ ଦେବା ଏବଂ ଏଭଳି ଅବହେଳା ପାଇଁ ଦୃଢ଼ କାର୍ଯ୍ୟାନୁଷ୍ଠାନର ଦାବି କରିଛନ୍ତି।

Latest Posts

Don't Miss