ରାଜଧାନୀରେ ଆଉ ୪୬୦ ନୂଆ ଆକ୍ରାନ୍ତ
1 min readଭୁବନେଶ୍ୱର: ରାଜଧାନୀରେ ଆଉ ୪୬୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗୋଟିଏ ପଟେ ସାରା ରାଜ୍ୟାରେ କରୋନା ସଂକ୍ରମଣ ହୁହୁ ହୋଇବଢ଼ୁଥିବା ବେଳେ ଖୋର୍ଦ୍ଧାରେ ଜିଲ୍ଲାରେ ଅଧିକ ସଂକ୍ରମିତ ହେଉଥିବା ଦେଖାଯାଇଛି । ଆଜି ରାଜ୍ୟରେ ୨୭୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ଓ ପରବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ରାଜଧାନୀରୁ ଚିହ୍ନଟ ହୋଇଥିବା ୪୬୦ ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୮୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମ୍ସି ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୪ ହଜାର ୯୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯ ହଜାର ୭୫୫ ଜଣ ସୁସ୍ଥ ହୋଇଛନ୍ତି ଓ ୫୪ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ୫ ହଜାର ୧୩୦ଟି ମାମଲ ସକ୍ରିୟ ରହିଛି ।
Update on newly detected & cured #COVID19 cases in the last 24 hrs under the BMC area on 10th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/OiuMlf8Hs1— BMC (@bmcbbsr) September 10, 2020