ସାରା ଓଡ଼ିଶାରେ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ଗ୍ରୀଷ୍ମ ପ୍ରବାହ

ନନ୍ଦିଘୋଷ ବ୍ୟୁରୋ: ତାତିରୁ ନାହିଁ ତ୍ରାହି । ସାରା ଓଡ଼ିଶାରେ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ଗ୍ରୀଷ୍ମ ପ୍ରବାହ । ମୌସୁମୀ ଆଗକୁ ନବଢିବାରୁ ସାରା ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ । ଦୁଇ ଦିନ ତଳେ ମାଲକାନଗିରି ଛୁଇଁଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପହଞ୍ଚିବା ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ମୌସୁମୀ ସକ୍ରିୟ ହେବାକୁ ପାଗ ଅନୁକୂଳ ନ ଥିବାରୁ ମାଲକାନଗିରିରେ ହିଁ ଅଟକି ରହିଯାଇଛି। କେବେ ମୌସୁମୀ ଆଗକୁ ବଢ଼ିବ ସେନେଇ ପାଣିପାଗ ବିଭାଗ ମଧ୍ୟ କୌଣସି ପ୍ରକାର ଆକଳନ କରିପାରି ନାହିଁ। ସେପଟେ ଗ୍ରୀଷ୍ମ ପ୍ରବାହକୁ ନେଇ ରାଜ୍ୟରେ ପୁଣିଥରେ ଚିନ୍ତା ବଢ଼ିବାରେ ଲାଗିଛି ।  ଆସନ୍ତା ୫ ଦିନ ମଧ୍ୟରେ ସର୍ବୋଚ୍ଚ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରି ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।