spot_img

Latest Posts

ବଜ୍ର ହେବ ଶିକ୍ଷା ବିଭାଗ, ୫ ଶ୍ରେଷ୍ଠ ସ୍କୁଲ ୫ ଶ୍ରେଷ୍ଠ ଛାତ୍ରଛାତ୍ରୀ ସମ୍ମାନିତ

ଭୁବନେଶ୍ବର: ଶିକ୍ଷକଙ୍କ କଲ୍ୟାଣ ପାଇଁ ବଜ୍ର ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦିନକର ଦରମା କଲ୍ୟାଣ ପାଣ୍ଠିକୁ ଦାନ କରିବେ ଶିକ୍ଷକ  । ପରେ  ଏହି ପାଣ୍ଠିରୁ ସେମାନଙ୍କ ଆର୍ଥିକ ସମସ୍ୟା ସମୟରେ ସହାୟତା ଯୋଗାଇ ଦିଆଯିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷକଙ୍କ ପାଇଁ ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ନେଇଛନ୍ତି  । ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ଟଙ୍କା ବିନିଯୋଗ ହେବ। ୩୦୦ ଶିକ୍ଷକଙ୍କ ଟ୍ରେନିଂ ପାଇଁ ଅଡିଟୋରିଅମ, ୧୦୦ ଜଣ ଶିକ୍ଷକଙ୍କ ରହିବା ପାଇଁ ବ୍ୟବସ୍ଥା ସହିତ ୧୦ ଟି କର୍ମଶାଳା କେନ୍ଦ୍ର ନିର୍ମାଣ କରାଯିବ।

ଏହି ଅବସରରେ ୫ଟି ଶ୍ରେଷ୍ଠ ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ୫ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି  ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା (ଶିକ୍ଷା) ଉପେନ୍ଦ୍ର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କେ ପାଣ୍ଡିଆନ, ବିଭାଗୀୟ ସଚିବ ଅଶ୍ଵଥୀ ଏସ., OAV ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

Latest Posts

Don't Miss