ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

1 min read

ଭୁବନେଶ୍ୱର: ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣାରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କୁ ଭେଟିଲା ବିଜୁ ଜନତା ଦଳ । ବିଜେଡିର ୪ ଜଣିଆ ପ୍ରତିନିଧି ଦଳ ସିଇଓଙ୍କୁ ଭେଟିଛନ୍ତି । ବିଜେପିର ଦୁଇ ନେତା ୫୦ଲକ୍ଷ ଟଙ୍କା ନେଇ ଯାଉଥିବା ବିଜେଡି ନେତା ସିଇଓଙ୍କ ନିକଟରେ ଅଭିଯୋଗ କରିଛନ୍ତି । ପୂର୍ବରୁ ଅନେକ ନିର୍ବାଚନରେ ବିଜେପିର ଏଭଳି ଆଚରଣ ଦେଖାଯାଇଛି । ଉପ-ନିର୍ବାଚନରେ ଟଙ୍କା କାରବାରକୁ ବିଜେଡି ତୀବ୍ର ନିନ୍ଦା କରିବା ସହ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛି । ସସ୍ମିତ ପାତ୍ର, ଲେନିନ ମହାନ୍ତି , ଶ୍ରୀମୟୀ ମିଶ୍ର ଓ ସୁଲତା ଦେଓ ସିଇଓଙ୍କୁ ଭେଟି ଘଟଣାର ତଦନ୍ତ ଦାବି କରିଛନ୍ତି ।

ସୂଚନା ଯୋଗ୍ୟ ଯେ, ଆଜି ତାରାକାଜ ଛକ ନିକଟରୁ ୫୦ ଲକ୍ଷ ଟଙ୍କା ଜବତ କରିଛି  ପିପିଲି ପୋଲିସ । ନୀଳ ରଙ୍ଗର ପଲସର  ସହ ୨ ସ୍ଥାନୀୟ ବ୍ୟକ୍ତିଙ୍କୁ ଅଟକ ରଖିଛି ପୋଲିସ ।  ନିୟମିତ ଯାଞ୍ଚ ବେଳେ ଟୋଲଗେଟ୍ ଚେକିଂ ପଏଣ୍ଟରେ ଅଟକ ବାଇକ ଆରୋହୀଙ୍କୁ ଅଟକାଇଥିଲା ପୋଲିସ  । ସେମାନେ କିନ୍ତୁ ପୋଲିସ ନିର୍ଦ୍ଦେଶ ମାନିନଥିଲେ । ପରେ ସେମାନଙ୍କୁ ଗୋଡ଼ାଇ ଗୋଡ଼ାଇ ତାରକାଜ ଛକ ନିକଟରେ କାବୁ କରିଥିଲା ପୋଲିସ । ସୂଚନା ଯୋଗ୍ୟ ଯେ, ଆଗାମୀ ଉପ-ନିର୍ବାଚନ ନେଇ ତାରିଖ ପାଖେଇ ଆସୁଥିବା ବେଳେ ଟଙ୍କା ବଣ୍ଟି ଲୋକଙ୍କୁ ପ୍ରଭାବିତ କରିବାର ଆଶଙ୍କା ରହିଛି । ଏଣୁ ସହର ମଧ୍ୟକୁ ଯେଭଳି ବାହାରୁ ଟଙ୍କା ନ ଆସେ  ଏ ନେଇ ପ୍ରତିଷେଧକମୂଳକ ପଦକ୍ଷେପ ସ୍ୱରୂପ ପୋଲିସ ବିଭିନ୍ନ ସ୍ଥାନରେ କଡ଼ାକଡ଼ି ଭାବେ ଯାଞ୍ଚ କରୁଛି ।

Leave a Reply