ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଢିବନି ତାତି

ଭୁବନେଶ୍ବର: ରାଜ୍ୟରେ ଲାଗି ରହିବ ଖରାଛାଇର ଖେଳ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଢିବନି ତାତି । ବର୍ତ୍ତମାନ ଯେତିକି ତାପମାତ୍ରା ରେକର୍ଡ ହେଉଛି ସେତିକି ମଧ୍ୟରେ ରହିବ ତାତି । ରାଜ୍ୟରେ ଏବେ ଏକ ପଶ୍ଚମାଝଡ ସକ୍ରିୟ ଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । କାଲି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ଦେବଗଡରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୬ ତାରିଖରେ ସାରା ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୭ ଏବଂ ୮ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡିକରେ ଘଡଘଡି ବିଜୁଳି ସହ ବର୍ଷା ହେବ । ବର୍ଷା ହେଲେ ମଧ୍ୟ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସାମାନ୍ୟ ତାତି ରହିବ । ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଏବଂ ନବରଙ୍ଗପୁର ରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଉପରେ ରହିବ ତାତି । ଉଭୟ ଦିନ ଓ ରାତ୍ରି ର ତାପମାତ୍ରା ଅଧିକ ରହିବ।