ସୁନ୍ଦରଗଡ଼ ଗସ୍ତରେ ଯିବେ 5-T ସଚିବ: ହାଇସ୍କୁଲ ଟ୍ରାନ୍ସଫର୍ମେସନ କାର୍ଯ୍ୟକ୍ରମର କରିବେ ସମୀକ୍ଷା

1 min read
5T Secretary VK Pandian Visits 5 Schools In Bhubaneswar

ରାଉରକେଲା: ଆଜି ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ ରାଜ୍ୟ ସରକାରଙ୍କ 5-T ସଚିବ ଭି. କେ ପାଣ୍ଡିଆନ୍ । ଗସ୍ତ ଅବସରରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍କୁଲ ଗସ୍ତ କରି ଉନ୍ନତି ମୂଳକ କାର୍ଯ୍ୟର ଅନୁଧ୍ୟାନ କରିବେ । ଏହାସହ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିବେ । ରାଜ୍ୟ ସରକାରଙ୍କ ‘5-T’ ଓ ‘ମୋ ସରକାର’ ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ‘ହାଇସ୍କୁଲ ଟ୍ରାନ୍ସଫର୍ମେସନ’ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି କାର୍ଯ୍ୟକ୍ରମ ଜରିଆରେ ଜିଲ୍ଲାର ୫୦ଟି ସରକାରୀ ହାଇସ୍କୁଲର ଭିତ୍ତିଭୂମି ଓ ଶୈକ୍ଷିକ ପରିବେଶରେ ଉନ୍ନତି କାର୍ଯ୍ୟ କରାଯାଉଛି । ସ୍କୁଲର ପରିବେଶକୁ ସୁନ୍ଦର ଓ ଆକର୍ଷଣୀୟ କରାଯାଉଛି । ଏହାସହ ସ୍ମାର୍ଟ କ୍ଲାସ ରୁମ, ଇ ଲାଇବ୍ରେରୀ କରାଯିବା ସହ ଗୁଣାତ୍ମକ ଶିକ୍ଷାକୁ ପ୍ରୋତ୍ସାହନ ଦିଆଯାଉଛି । ସୁନ୍ଦରଗଡ଼ ଜିଲ୍ଲାରେ ଥିବା ସରକାରୀ ହାଇସ୍କୁଲ ଗୁଡ଼ିକର ଉନ୍ନତିକରଣ ସହ ସ୍କୁଲ ପରିବେଶକୁ ସମ୍ପୂର୍ଣ୍ଣ ନୂଆ ରୂପ ଦେବା ପାଇଁ 5-T ଓ ମୋ ସରକାର ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ‘ହାଇସ୍କୁଲ ଟ୍ରାନ୍ସଫର୍ମେସନ ତଥା ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ଅଧିକ ଆକର୍ଷଣୀୟ ହୋଇପାରିବ ସେନେଇ ଗୁରୁତ୍ୱ ଦିଆଯାଉଛି । ହାଇସ୍କୁଲରେ ସ୍ମାର୍ଟ କ୍ଲାସରୁମରେ ପାଠପଢ଼ା ସହ ଇ-ଲାଇବ୍ରେରି, ବିଜ୍ଞାନାଗାର, ଖେଳପଡ଼ିଆ, ପାନୀୟ ଜଳ ଏବଂ ସ୍ୱଚ୍ଛ ଶୌଚାଳୟ ଆଦି ନିର୍ମାଣ କରାଯାଉଛି । ସୁନ୍ଦରଗଡ଼ ଜିଲ୍ଲାରେ ସରକାରୀ, ଅନୁଦାନପ୍ରାପ୍ତ ଓ ଟିଆର୍‌ଡବ୍ଲ୍ୟୁ ହାଇସ୍କୁଲକୁ ମିଶାଇ ମୋଟ ୩୮୩ଟି ସ୍କୁଲ ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ହାତକୁ ନିଆଯାଇଛି । ରାଉରକେଲା ସହରର ପାନୀୟ ଜଳ ସମସ୍ୟାର ସମାଧାନ କରିବା ସହ ବୃହତ ଜଳସେଚନ ପ୍ରକଳ୍ପ ହମିରପୁର କୋଏଲ ବ୍ୟାରେଜ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏ‌ହାସ‌ହ ସୁନ୍ଦରଗଡ଼ ଜିଲ୍ଲାର କିଞ୍ଜିରିମା ଠାରେ ଜଳ ସଂରକ୍ଷଣ ଓ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୧ କୋଟି ୫୩ ଲଷ ଟଙ୍କା ମଞ୍ଜୁର କରିଥିବା 5-T ସଚିବ ଭିସି ମାଧ୍ୟମରେ ଗତ ଜୁଲାଇ ୬ ତାରିଖରେ ସୂଚନା ଦେଇଥିଲେ ।

ଏଥିସହିତ ପଢ଼ନ୍ତୁ: ‘ସକାଳ’ ଜୟପୁର ପ୍ରେସକୁ ବୁଲି ଦେଖିଲେ ବିଜେଡ଼ି ସାଙ୍ଗଠନିକ ସଂପାଦକ

Leave a Reply