ନବରଙ୍ଗପୁରରେ ବିକାଶର ଅନୁଧ୍ୟାନ କରିବେ ଭି.କେ ପାଣ୍ଡିଆନ

1 min read

ନବରଙ୍ଗପୁର: ଦୁଇଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ଜୟପୁର ଏୟାରଷ୍ଟ୍ରିପରେ ପହଞ୍ଚିଛନ୍ତି ୫T ସଚିବ । ଜୟପୁରରୁ ନବରଙ୍ଗପୁର ଯିବେ ଭି.କେ ପାଣ୍ଡିଆନ । ପ୍ରଥମେ ସର୍କିଟ ହାଉସରେ ଜିଲ୍ଲାର ବିଭିନ୍ନ ସାମାଜିକ ସଙ୍ଗଠନ ଓ ବିଭିନ୍ନ ସମ୍ପ୍ରଦାୟର ଦାବି ସମ୍ପର୍କରେ ଆଲୋଚନା କରିବେ । ଜିଲ୍ଲାର ବିକାଶ ଓ ସମସ୍ୟା ସମ୍ପର୍କରେ କରିବେ ଆଲୋଚନା ? କଣ କରାଗଲେ ଜିଲ୍ଲାରେ ଅଧିକରୁ ଅଧିକ ବିକାଶ ହୋଇପାରିବ ? ସେନେଇ ବୈଠକ କରିବେ ।

ପରେ ନବରଙ୍ଗପୁରର ଅଧିଷ୍ଠାତ୍ରୀ ଦେବୀ ମା’ ଭଣ୍ଡାର ଘରଣୀଙ୍କ ଦର୍ଶନ କରିବେ 5T ସଚିବ । ଟିରଲି ଆମଗୁଡ଼ାଠାରେ ଅନ୍ମେସା ହଷ୍ଟେଲକୁ ଯାଇ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ରାତ୍ରୀ ଭୋଜନ କରିବା କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତକାଲି ବିଭିନ୍ନ ଦର୍ଶନୀୟ ସ୍ଥାନ ସହ ଉନ୍ନୟନ ପ୍ରକଳ୍ପର ଅନୁଧ୍ୟାନ କରିବେ ଭି.କେ ପାଣ୍ଡିଆନ  ।