ITI ଛାତ୍ରଛାତ୍ରୀଙ୍କ ପାଇଁ ୯ ମାସର ହଷ୍ଟେଲ ଫି’ ଛାଡ଼

ITI Hostel Fee

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଡ଼ ଘୋଷଣା। କରୋନା ଭୂତାଣୁ କାରଣରୁ ଏଭଳି ଘୋଷଣା କରିଛନ୍ତି ରାଜ୍ୟ ସରକାର। ରାଜ୍ୟସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସମସ୍ତ ସରକାରୀ ଆଇ.ଟି.ଆଇ କଲେଜ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି।   ଏହାଦ୍ୱାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ।  ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ  ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି  ବାବଦରେ ଛାଡ ପାଇବେ।

Leave a Reply