spot_img

Latest Posts

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୬୦୨ ଜଣ ସଂକ୍ରମିତ

ଭୁୂବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ଆଜି ପୁଣି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୦୨ ଜଣ କରୋନା ସଂକ୍ରମିତ । ଶୂନରୁ ୧୮ ବର୍ଷ ମଧ୍ୟରେ ୯୬ ଜଣ ଶିଶୁ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ତେବେ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୩୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ ରହିଛି ୨୪୯। ଖୋର୍ଦ୍ଧାରୁ ୨୮୩ ଜଣ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୧୧, ବାଲେଶ୍ୱରରୁ ୨୧, ବରଗଡ଼ରୁ ୨, ଭଦ୍ରକରୁ ୫, କଟକରୁ ୫୪, ଦେବଗଡ଼ରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧୮, ଯାଜପୁରରୁ ୨୪, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୭, କୋରାପୁଟରୁ ୪, ମୟୂରଭଞ୍ଜରୁ ୩୧, ନୟାଗଡ଼ରୁ ୧, ନୂଆପଡ଼ାରୁ ୧, ପୁରୀରୁ ୨୧, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୩, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୯, ଏବଂ ଷ୍ଟେଟପୁଲରୁ ୬୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Latest Posts

Don't Miss