୨୪ ଘଣ୍ଟାରେ ୬୮ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୬୮ହଜାର ୨୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୯୧ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁସଂଖ୍ୟା ଲକ୍ଷେ ୬୧ହଜାର ୮୪୩ରେ ପହଞ୍ଚିଛି । ଏଥିସହିତ ୩୨ହଜାର ୨୩୧ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଅନ୍ୟପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ୫ଲକ୍ଷ ୨୧ହଜାର ୮୦୮ଟି ଆକ୍ଚିଭ କେଶ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସେପଟେ କରୋନା ମୁକାବିଲା ପାଇଁ ଦେଶରେ ଜୋରସୋରରେ ଚାଲିଛି ଟିକାକରଣ ।

ସୂଚନାଯୋଗ୍ୟ, ସାରା ଦେଶରେ କରୋନାଭାଇରସ୍ କାୟା ମେଲାଇଦେଇଛି । ତେଣୁ କରୋନା କଟକଣା ଭିତରେ ଆଜି ସାରା ଦେଶ ପାଳୁଛି ରଙ୍ଗର ପର୍ବ ହୋଲି ।କୋଭିଡର ବଢ଼ୁଥିବା ମାମଲାକୁ ଦୃଷ୍ଟିରେ ରଖି ସର୍ବସାଧାରଣ ସ୍ଥାନରେ ହୋଲି ଖେଳିବାକୁ ବାରଣ କରାଯାଇଛି । କେବଳ ଘରେ ନିଜପରିବାର ସହ ଏହି ପର୍ବ ପାଳନ କରିବାକୁ ଲୋକଙ୍କୁ ନିବେଦନ କରାଯାଇଛି।

Leave a Reply