spot_img

Latest Posts

ଆହୁରି ୭ ଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା..

ନନ୍ଦିଘୋଷ ବ୍ୟୁରୋ: ସପ୍ତାହକ ପାଇଁ ବର୍ଷା ଆଲର୍ଟ ଦେଲା ଆଂଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟରେ ଜାରି ରହିଛି ମୌସୁମି ଜନିତ ବର୍ଷା। ଆହୁରି ୭ ଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ଜାରି ରହିବ ବୋଲି କହିଛି ପାଣିପାଗ ବିଭାଗ। କିଛି ସ୍ଥାନ ମାନଙ୍କରେ ବିଜୁଳି, ଘଡ଼ଘଡ଼ି ଜନିତ ବର୍ଷା ସମ୍ଭାବନା ଥିବା ବେଳେ ଉତ୍ତର ଓଡିଶାର କିଛି ଜିଲ୍ଲା ଓ ଉପକୂଳବର୍ତ୍ତୀ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେପଟେ ଆଜିପାଇଁ ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର କିଛି କିଛି ସ୍ଥାନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଉତ୍ତର ଓଡିଶାର ବି କିଛି ଜିଲ୍ଲା ମାନଙ୍କରେ ବିଜୁଳି ଘଡ଼ଘଡ଼ି ଜନିତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେପଟେ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇନାହିଁ ବୋଲି ସ୍ପଷ୍ଟ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

Latest Posts

Don't Miss