ପୁଣି ୧୦ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

Low Pressure Rain To Continue Till Next Three Days Odisha

ଭୁବନେଶ୍ୱର: ଶନିବାରଠାରୁ କୋହଲା ପାଗ ସାଙ୍ଗକୁ ବର୍ଷାର ରାଜୁତି ଜାରି ରହିଛି । ରାଜଧାନୀ ସମେତ ସାରା ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆସନ୍ତା ୩୬ ଘଣ୍ଟା ଧରି ବର୍ଷା ଲାଗିରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ଷା ଓ ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଝଡ଼ବର୍ଷା ହୋଇପାରେ । ୪ଟି ଜିଲ୍ଳ।ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୪ଟି ଜିଲ୍ଲା ହେଲା କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ ଓ ସୁନ୍ଦରଗଡ଼ । ସେହିପରି ୧୪ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ ।

ତେବେ ୯ତାରିଖ ଅପରାହ୍ନରୁ ପାଗରେ ପରିବର୍ତ୍ତନ ହେବାସହ ପୁଣି ୧୦ରୁ ୧୩ ତାରିଖ ଯାଏଁ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Leave a Reply