spot_img

Latest Posts

ସରକାରୀ କର୍ମଚାରୀଙ୍କୁ ମିଳିବ ୨୦% ବକେୟା ଦେୟ

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କର୍ମଚାରୀଙ୍କୁ ମିଳିବ ବକେୟା ଦେୟ । ସପ୍ତମ ବେତନ କମିଶନର ଶେଷ 20 ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା କର୍ମଚାରୀମାନେ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ । ପୂର୍ବରୁ ୮୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଛି । ଫଳରେ ଉପକୃତ ହେବେ ୪ ଲକ୍ଷ କର୍ମଚାରୀ । ଏଥିପାଇଁ ୮୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଆଜି ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି ।

କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମା ରେ ପାଇପାରିବେ । ରାଜ୍ୟ ସରକାର ସପ୍ତମ ବେତନ କମିଶନରଙ୍କ ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ । ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ । ପୂର୍ବରୁ ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା । ପେନସନଭୋଗୀ ମାନେ ମଧ୍ୟ ସେମାନଙ୍କ ଦରମାର ଶତ ପ୍ରତିଶତ ପାଇସାରିଛନ୍ତି ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ସପ୍ତମ ବେତନ କମିଶନ ର ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ। କର୍ମଚାରୀମାନେ ସପ୍ତମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ 20 ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା।

Latest Posts

Don't Miss