ବାତ୍ୟା ପ୍ରଭାବରେ କାଲିଠୁ ବର୍ଷା: ୮ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ

1 min read

ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ଆସନ୍ତାକାଲି ସକାଳ ୮ଟା ୩୦ରୁ ବର୍ଷା ଆରମ୍ଭ ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୬ ତାରିଖରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ,କେନ୍ଦୁଝର ଜିଲ୍ଲାକୁ ରେର୍ଡ ଆଲର୍ଟ ଜାରି କରାଯାଇଛି । ସେହିପରି ୨୭ ତାରିଖ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନ, ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ କିଛି ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ସମ୍ଭାବନା ରହିଛି । ଏନେଇ ସୁନ୍ଦରଗଡ଼, ଦେବଗଡ଼ ଏବଂ କେନ୍ଦୁଝର ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଏଥିସହିତ ପଢ଼ନ୍ତୁ: #CycloneYaas: ୨୪ ଘଣ୍ଟା ମଧ୍ୟରେ ଅତି ଭୀଷଣ ବାତ୍ୟାରେ ପରିଣତ ହେବ

Leave a Reply