spot_img

Latest Posts

ଶ୍ରୀକ୍ଷେତ୍ରରେ ୮୫୧ ପ୍ରକାର ବ୍ୟଞ୍ଜନ

ପୁରୀ: ଶ୍ରୀକ୍ଷେତ୍ର ପୁରୀ ବଳିଆପଣ୍ତା ସ୍ଥିତ ଗୌରବିହାର ମାତାମଠରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ୮୫୧ ପ୍ରକାର ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ଭୋଗ କରାଯାଇଛି । ପବିତ୍ର ବ୍ୟଞ୍ଜନ ଦ୍ବାଦଶୀରେ ଶ୍ରୀରାଧାକୃଷ୍ଣଙ୍କ ଦର୍ଶନ କରିବା ସହ ବ୍ୟଞ୍ଜନ ସେବନ କରି ପରମ ତୃପ୍ତି ଲାଭ କରିଛନ୍ତି ଶ୍ରଦ୍ଧାଳୁ। ଏଥିପାଇଁ ମାତା ମଠରେ ଦିନ ତମାମ ଲାଗିଥିଲା ଗହଳି।  ଦୀର୍ଘବର୍ଷ ଧରି ଗୌରବିହାର  ମାତା ମଠରେ ମାର୍ଗଶୀର ଶୁକ୍ଳ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଇଆସୁଛି। ଦ୍ୱାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ବ୍ୟଞ୍ଜନ ଦ୍ୱାଦଶୀକୁ ଭକ୍ତି ଓ ନିଷ୍ଠାର ସହ ପାଳନ କରାଯାଇଛି। ବିଶେଷ କରି ଗୌଡ଼ୀୟ ବୈଷ୍ଣବଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନରେ ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଥାଏ। ଦ୍ୱାପର ଯୁଗରେ ମା ଯଶୋଦା ସ୍ନେହ, ଶ୍ରଦ୍ଧାର ସହ ଏହି ବ୍ୟଞ୍ଜନ ଦ୍ଵାଦଶୀ ତିଥିରେ  ନାନାଦି ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଖାଇବା ଦେଇଥିଲେ । ଏହି ପରମ୍ପରା ସ୍ମୃତିକୁ ଉଜିବିତ କରି ରଖିଛନ୍ତି ବୈଷ୍ଣବ ଗୌଡ଼ୀୟ ମାନେ । ଗଞ୍ଜାମ, ଗଜପତି, ପୁରୀ ତଥା ପଶ୍ଚିମବଙ୍ଗର ବହୁ ଶ୍ରଦ୍ଧାଳୁ ମାନେ  ଆଶ୍ରମରେ ବହୁବିଧି ବ୍ୟଞ୍ଜନ ପ୍ରସ୍ତୁତ କରିବା ସହ ଶ୍ରକୃଷ୍ଣଙ୍କ ଉଦ୍ଧେଶ୍ୟରେ ସମର୍ପଣ ମନୋଭାବ ରଖି ଏହି କାର୍ଯ୍ୟ କରିଥାନ୍ତି । ପ୍ରସାଦ ଲାଗି ପରେ  ସ୍ୱତନ୍ତ୍ର ପତ୍ରରେ ସମ୍ମିଳିତ ଭାବେ ସମସ୍ତ ଭକ୍ତ ପ୍ରସାଦ ସେବନ କରିଥାନ୍ତି। ଉଭୟ ମହିଳା ଓ ପୁରୁଷ ଭକ୍ତ ମାନେ ପରିବା କଟାକଟି ଓ ରୋଷେଇ କାର୍ଯ୍ୟରେ ଲାଗିଥିଲେ। ରୋଷେଇ ପାଇଁ ବ୍ୟବହୃତ ହୋଇଥିଲା ୨୦ଟି ଚୁଲି ।

Latest Posts

Don't Miss