୮ ହଜାର ପାର୍ କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୮ ହଜାର ୭୭୮ ଆକ୍ରାନ୍ତ ଚିହ୍ନଟ
1 min readଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ଦିନକୁ ଦିନ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ହଜାର ୭୭୮ ଆକ୍ରାନ୍ତ ଚିହ୍ନଟ ହୋଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫ ହଜାର ୯୬ କେସ୍ ଚିହ୍ନଟ ହୋଇଥିବା ବେଳେ ୩ ହଜାର ୬୮୨ଟି ଲୋକାଲ କେସ୍ ଚିହ୍ନଟ ହୋଇଛି ।
Covid-19 Report For 11th Jan
New Positive Cases: 8778
Of which 0-18 years: 792
In quarantine: 5096
Local contacts: 3682(Details of local contacts will be shared by concerned District)
1. Angul: 107
2. Balasore: 231
3. Bargarh: 136
4. Bhadrak: 103
5. Balangir: 216
6. Boudh: 12— I & PR Department, Odisha (@IPR_Odisha) January 12, 2022
ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୬୧୫ ମାମଲା ଚିହ୍ନଟ ହୋଇଛି । ସେହିପରି ଅନୁଗୁଳରୁ ୧୦୭ ଜଣ, ବାଲେଶ୍ୱରରୁ ୨୩୧ ଜଣ, ବରଗଡ଼ରୁ ୧୩୬ ଜଣ, ଭଦ୍ରକରୁ ୧୦୩ ଜଣ, ବଲାଙ୍ଗୀରରୁ ୨୧୬ ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୭୬୬ ଜଣ, ଦେଓଗଡ଼ରୁ ୨୫ଜଣ, ଢେଙ୍କାନାଳରୁ ୭୮ ଜଣ, ଗଜପତିରୁ ୭୨ ଜଣ, ଗଞ୍ଜାମରୁ ୧୦୬ ଜଣ, ଜଗତସିଂହପୁରରୁ ୧୧୪ ଜଣ, ଯାଜପୁରରୁ ୧୯୧ ଜଣ, ଝାରସୁଗୁଡ଼ାରୁ ୨୦୩ ଜଣ, କଳାହାଣ୍ଡିରୁ ୮୬ ଜଣ, କନ୍ଧମାଳରୁ ୨୦ ଜଣ, କେନ୍ଦ୍ରାପଡ଼ାରୁ ୪୬ ଜଣ, କୋରାପୁଟରୁ ୧୬୧ ଜଣ, ମାଲକାନଗିରିରୁ ୧୨ ଜଣ, ମୟୁରଭଞ୍ଜରୁ ୩୩୮ ଜଣ, ନବରଙ୍ଗପୁରରୁ ୧୧୨ ଜଣ, ନୟାଗଡ଼ରୁ ୭୫ ଜଣ, ନୂଆପଡ଼ାରୁ ୬୭ ଜଣ, ପୁରୀରୁ ୨୧୬ ଜଣ, ରାୟଗଡ଼ାରୁ ୬୫ ଜଣ, ସମ୍ବଲପୁରରୁ ୫୯୬ ଜଣ, ସୋନପୁରରୁ ୮୭ ଜଣ, ସୁନ୍ଦରଗଡ଼ରୁ ୧୨୫୨ ଜଣ ଓ ଷ୍ଟେଟ ପୁଲରୁ ୫୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।