ପୌର ପ୍ରଶାସନରେ ୮୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

1 min read

ଭୁବନେଶ୍ବର: ମ୍ୟୁନିସିପାଲ ପ୍ରଶାସନ ପରିବର୍ତ୍ତନ ପାଇଁ ରାଜ୍ୟ ସରକାରଙ୍କ ଆଉ ଏକ ପଦକ୍ଷେପ । ପୌର ପ୍ରଶାସନରେ ୮୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ । 5T ଅଧୀନରେ ଦକ୍ଷତା, ସ୍ୱଚ୍ଛତା ଓ ଗୋଷ୍ଠୀ ଯୋଗଦାନକୁ ବୃଦ୍ଧି କରିବା ପାଇଁ ଏହି ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ସେମାନଙ୍କ ମଧ୍ୟରେ ୬୧ ଜଣ ଅମିନ ଓ ୨୮ ଜଣ ଅଡିଟର ଅଛନ୍ତି ।

ବିଭିନ୍ନ ପୃଷ୍ଠଭୂମିରୁ ଆସିଥିବା ଯୁବକ ଯୁବତୀମାନଙ୍କୁ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ‘ନିଯୁକ୍ତି ପର୍ବ’ରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ରାଜ୍ୟରେ ସହରାଞ୍ଚଳ ରୂପାନ୍ତରୀକରଣ ସଂପର୍କରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥି ଭାଥନନ ସୂଚନା ପ୍ରଦାନ କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ ଯୋଗଦେଇ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମେୟର  ସୁଲୋଚନା ଦାସ କର୍ତ୍ତବ୍ୟ ଓ ଦାୟିତ୍ୱବୋଧ ସଂପର୍କରେ ନବ ନିଯୁକ୍ତ ଯୁବକ ଯୁବତୀଙ୍କୁ ଉପଦେଶ ଦେଇଥିଲେ ।