ଆଜି ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ଅଷ୍ଟମ ଦିନ
ନନ୍ଦିଘୋଷ ବ୍ୟୁରୋ: ଆଜି ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ଅଷ୍ଟମ ଦିନ। ଗୃହରେ ଜଳ ସଂପଦ, ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଇସ୍ପାତ ଓ ଖଣି, ଯୋଜନା ଓ ସଂଯୋଜନା, ବାଣିଜ୍ୟ, ସୂଚନା ଲୋକସମ୍ପର୍କ ଓ ପରିବହନ ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ଜାତିଭିତ୍ତିକ ଗଣନା ଓ ସଂରକ୍ଷଣ ପରି ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଉଠାଇପାରନ୍ତି ବିରୋଧୀ। ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ମଧ୍ୟ ଆସିପାରେ। ଅପରାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ରହିଛି।