ବର୍ଷାରେ ଭିଜିବ ୧୫ଜିଲ୍ଲା !

ଭୁବନେଶ୍ୱର: ଏଥର କେବଳ ରଙ୍ଗ ନୁହେଁ ବର୍ଷାରେ ଭିଜିବ ଓଡ଼ିଶା । ଆସନ୍ତାକାଲି ଅର୍ଥାତ୍ ହୋଲିରେ ଅଧା ଓଡିଶା ଭିଜିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ଏନେଇ ୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନୂଆପଡା, ନବରଙ୍ଗପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଜିଲ୍ଲାରେ ବର୍ଷା ହୋଇପାରେ।

ଏବଂ ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଗୋପାଳପୁର, ପୁରୀ, ଚାନ୍ଦବାଲିରେ ବର୍ଷା ହୋଇଛି । ୧୧ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Leave a Reply