ନବକଳେବର ପରେ କେମିତି ଦେଖାଯିବ ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ, ଦେଖନ୍ତୁ ଫଟୋ…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ।
ଏହି ପ୍ରକଳ୍ପର ୨ଟି ଭାଗ ରହିଛି । ଗୋଟିଏ ଖଣ୍ଡଗିରିସ୍ଥିତ ବସ୍ ଡିପୋ ଏବଂ ଅନ୍ୟଟି ବରମୂଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ ।
ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍ ଟର୍ମିନାଲ ଭାବରେ ଗଢ଼ି ତୋଳିବାକୁ ରାଜ୍ୟ ସରକାରଙ୍କର ଲକ୍ଷ୍ୟ ରହିଛି ।
ଅତ୍ୟାଧୁନିକ ଡିଜାଇନ ସହିତ ଯାତ୍ରୀମାନଙ୍କର ସୁବିଧା ସୁଯୋଗ, ବସ୍ ମାନଙ୍କର ପ୍ରସସ୍ଥ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ବତତ୍ୱ ଗୁରୁତ୍ବ ଦିଆଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ 5T କାର୍ଯ୍ୟକ୍ରମ ଅଧିନରେ ଏହି ଆନ୍ତଃରାଜ୍ୟ ବସ ଟର୍ମିନାଲର ରୂପାନ୍ତରୀକରଣ କାର୍ଯ୍ୟ ହାତକୁ ନିଆଯାଇଛି ।
ଏହି କାର୍ଯ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ, ବିଏମସି କମିଶନର ଓ ପୋଲିସ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।