ସରକାରୀ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ଲାଗି ସ୍ଥାନ ସଂରକ୍ଷଣ ବ୍ୟବସ୍ଥା, ମୁଖ୍ୟମନ୍ତ୍ରୀଙ୍କୁ ବିଭିନ୍ନ ମହଲରୁ ଧନ୍ୟବାଦ

ଭୁବନେଶ୍ୱର: ରାଜ୍ୟ ସରକାରୀ ହାଇସ୍କୁଲର ମେଧାବୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ ମେଡିକାଲ ଓ ଇଂଜିନିୟରିଂ ପ୍ରବେଶିକା ପରୀକ୍ଷାରେ ସ୍ଥାନ ସଂରକ୍ଷଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ପ୍ରଦାନ ଏକ ଐତିହାସିକ ପଦକ୍ଷେପ। ଯାହାକୁ ବିଭିନ୍ନ ମହଲରୁ ସ୍ୱାଗତ ମଧ୍ୟ କରାଯାଇଛି ।

ଏଭଳି ପ୍ରସ୍ତାବକୁ ନେଇ ଉତ୍କଳ ବିଶ୍ଵବିଦ୍ୟାଳୟ ବିଜୁ ଛାତ୍ର ଜନତା ଦଳ ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଯାଇଛି । ଏଥି ସହିତ ଏକ ଧନ୍ୟବାଦ ସଭା ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କରାଯାଇଛି।

ସେହିପରି ଏହି ସଂରକ୍ଷଣ ପ୍ରସ୍ତାବକୁ ନେଇ ବିଜୁ ଯୁବ ଜନତା ଦଳ ପକ୍ଷରୁ ମଧ୍ୟ ଏକ ଶୋଭା ଯାତ୍ରା କରାଯାଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଯାଇଛି ।

ଉଲ୍ଲେଖଯୋଗ୍ୟ, ଗତକାଲି ରାଜ୍ୟ କ୍ୟାବିନେଟ୍ ବୖେଠକରେ ସରକାରୀ ହାଇସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ଲାଗି ଡାକ୍ତର ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିଲା। ବିଜେଡି ରାଜ୍ୟ ପରିଷଦ ବୈଠକରେ ଏନେଇ ପ୍ରସ୍ତାବ ଆସିଥିଲା । ପ୍ରସ୍ତାବକୁ ସପ୍ତାହକ ମଧ୍ୟରେ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । ଏହାକୁ ଆସନ୍ତା ଶିକ୍ଷା ବର୍ଷ ଠାରୁ ରାଜ୍ୟରେ ଲାଗୁ କରିବା ପାଇଁ କ୍ୟାବିନେଟରେ ସଂକଳ୍ପ ଆଗତ ହୋଇଛି।

Leave a Reply