spot_img

Latest Posts

ଆରପାରିରେ ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ଲକ୍ଷ୍ମୀପ୍ରିୟା ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ଶୋକବ୍ୟକ୍ତ

ଭୁବନେଶ୍ୱର: ଆଖି ବୁଜିଛନ୍ତି ଓଡ଼ିଶାର ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଓଡ଼ିଶୀ ନୃତ୍ୟଗୁରୁ ସ୍ୱର୍ଗତ କେଳଚରଣ ମହାପାତ୍ରଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ର। ଗତକାଲି ରାତି ପ୍ରାୟ ୧୧ଟା ୧୦ରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତଙ୍କୁ ୮୬ ବର୍ଷ ହୋଇଥିଲା। ତେବେ ବହୁଦିନ ଧରି ସେ ବାର୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଭୀମଟାଙ୍ଗିସ୍ଥିତ ବାସଭବନେରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଥିଲେ। ତେବେ ଲକ୍ଷ୍ମୀପ୍ରିୟାଙ୍କ ମୃତ୍ୟୁ ନେଇ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମହାନ ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ବିଶିଷ୍ଟ ନୃତ୍ୟ ଗୁରୁ କେଳୁଚରଣ ମହାପାତ୍ରଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ର ଦେହାନ୍ତି ବିଷୟରେ ଜାଣି ମୁଁ ଦୁଃଖିତ ବୋଲି ନବୀନ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି । ଓଡ଼ିଶୀକୁ ସବୃଦ୍ଧ କରିବା ଦିଗରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ରହିବ। ଲକ୍ଷ୍ମୀପ୍ରିୟାଙ୍କ ଅମର ଆତ୍ମାର ସଦଗଦି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Latest Posts

Don't Miss