spot_img

Latest Posts

ଅବିସ୍ମରଣୀୟ ଉତ୍କଳ ଦିବସ; ମନେପକାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୧୯୩୬ ଏପ୍ରିଲ ୧ । ଓଡିଶା ପାଇଁ ଅବିସ୍ମରଣୀୟ ଆଜିର ଦିନ । ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା । ଆମେ ପାଇଥିଲେ ପରିଚୟ । ଖଣ୍ଡ ବିଖଣ୍ଡିତ ହୋଇ ବିକ୍ଷିପ୍ତ ଅବସ୍ଥାରେ ଥିବା ଓଡ଼ିଶା ଏହାର ପରିଚୟ ସମ୍ପୂର୍ଣ୍ଣ ହରାଇବାକୁ ବସିଥିଲା । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୁଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ମେହେର, ରାଧାନଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା ।

 

ପ୍ରଥମେ ୬ଟି ଜିଲ୍ଲାକୁ ନେଇ ଗଠନ ହୋଇଥିବା ଓଡିଶା ଆଜିର ଦିନରେ ନିଜର ପରିଚୟ ପାଇଥିଲା । ଏପ୍ରିଲ ୧, ୧୯୩୬ ମସିହାରେ ଅସ୍ତିତ୍ବ ପାଇଥିବା ଓଡିଶାର ଏହି ପବିତ୍ର ଦିବସକୁ ମନେ ପକାଇଛନ୍ତି ସମସ୍ତେ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପବିତ୍ର ଉତ୍କଳ ଦିବସରେ ଓଡିଶାର ପ୍ରତିଟି ଜନସାଧାରଣଙ୍କୁ ଶୁଭେଛା ଜଣାଇଛନ୍ତି । ରାଷ୍ଟ୍ରପତି କହିଛନ୍ତି, ଉତ୍କଳ ଦିବସରେ ସମସ୍ତଙ୍କୁ ବିଶେଷ କରି ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ। ମାନବିକତାକୁ ପ୍ରେମ ଏବଂ ଶାନ୍ତିର ଚିରନ୍ତନ ବାର୍ତ୍ତା ଦେଉଥିବା ଏହି ଭୂମିର ଅନନ୍ୟ ସାଂସ୍କୃତିକ ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟ, ସ୍ଥାପତ୍ୟ, ହସ୍ତ କଳା ଓ ନୃତ୍ୟ ପାଇଁ ଏ ଦେଶ ଗର୍ବିତ। ଓଡ଼ିଶାର ନିରନ୍ତର ବିକାଶ ପାଇଁ ମୋର ଶୁଭକାମନା ବୋଲି କହିଛନ୍ତି ରାଷ୍ଟ୍ରପତି ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୁଭକାମନା ଜଣାଇବା ସହ କହିଛନ୍ତି, ଓଡ଼ିଶାର ବିଶେଷ ସଂସ୍କୃତିକୁ ମୋର ସମ୍ମାନ । ଦେଶର ପ୍ରଗତି ପାଇଁ ଓଡ଼ିଶାର ଜନସାଧାରଣଙ୍କ ଅବଦାନ ଅତୁଳନୀୟ । ରାଜ୍ୟର ଜନସାଧାରଣଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି । ଅନ୍ୟପଟେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜ୍ୟବାସୀଙ୍କୁ ନିଜର ଶୁଭେଛା ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀଙ୍କ ସମେତ ରାଜ୍ୟର ଅନେକ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉତ୍କଳ ଦିବସରେ ଜଣାଇଛନ୍ତି ଶୁଭେଛା ।

Latest Posts

Don't Miss