spot_img

Latest Posts

ସବୁ ରେକର୍ଡ ଭାଙ୍ଗିଲା ସଂକ୍ରମଣ, ଦିନକରେ ୧୨ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ସବୁ ରେକର୍ଡ ଭାଙ୍ଗିଛି । ପ୍ରଥମଥର ଲାଗି ରାଜ୍ୟରେ ୧୨ ହଜାରରୁ ଅଧିକ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଗୁରୁବାର ଦିନକରେ ରାଜ୍ୟରୁ ୧୨ ହଜାର ୨୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୬ ହଜାର ୯୧୪ ଜଣ ସଂକ୍ରମିତ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫ ହଜାର ୩୨୪ଟି ମାମଲା ସ୍ଥାନୀୟ ସଂକ୍ରମଣ । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୦୭୩ଟି ମାମଲା ଆସିଥିବା ବେଳେ ଖୋର୍ଦ୍ଧାରୁ ୧୮୨୮ ଜଣ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୪୮୦, ବାଲେଶ୍ୱରରୁ ୪୩୭, ବରଗଡ଼ରୁ ୪୭୫, ଭଦ୍ରକରୁ ୩୮୧, ବଲାଙ୍ଗିରରୁ ୨୬୦, ବୌଦ୍ଧରୁ ୧୨୮, କଟକରୁ ୯୧୬, ଦେବଗଡ଼ରୁ ୬୦, ଢେଙ୍କାନାଳରୁ ୧୪୨, ଗଜପତିରୁ ୯୧, ଗଞ୍ଜାମରୁ ୩୧୨, ଜଗତସିଂହପୁରରୁ ୧୬୮, ଯାଜପୁରରୁ ୩୧୮, ଝାରସୁଗୁଡ଼ାରୁ ୩୦୬, କଳାହାଣ୍ଡିରୁ ୫୮୦, କନ୍ଧମାଳରୁ ୬୯, କେନ୍ଦ୍ରାପଡ଼ାରୁ ୧୯୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କେନ୍ଦୁଝରରୁ ୧୭୯, ଖୋର୍ଦ୍ଧାରୁ ୧୮୨୮, କୋରାପୁଟରୁ ୧୩୦, ମାଲକାନଗିରିରୁ ୬୦, ମୟୂରଭଞ୍ଜରୁ ୨୫୭, ନବରଙ୍ଗପୁରରୁ ୨୮୨, ନୟାଗଡ଼ରୁ ୧୯୪, ନୂଆପଡ଼ାରୁ ୨୯୦, ପୁରୀରୁ ୩୬୯, ରାୟଗଡ଼ାରୁ ୨୦୧, ସମ୍ବଲପୁରରୁ ୫୪୪, ସୋନପୁରରୁ ୧୫୯, ସୁନ୍ଦରଗଡ଼ରୁ ୨୦୭୩ ଏବଂ ଷ୍ଟେଟପୁଲରୁ ୩୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୧୨ ହଜାର ୪୦୦ ଅତିକ୍ରମ ରହିଛି । ଏଯାବତ୍ ୪ ଲକ୍ଷ ୨୩ ହଜାର ୨୫୭ ଜଣ ସଂକ୍ରମିତ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ରାଜ୍ୟରେ ୮୬ ହଜାର ୯୫୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । ୧୯ ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ୨୧୪୦କୁ ବୃଦ୍ଧି ପାଇଛି ।

Latest Posts

Don't Miss