spot_img

Latest Posts

ଯଶିପୁରର ପୂର୍ବତନ ବିଧାୟକ କମଳାକାନ୍ତଙ୍କ ପରଲୋକ: ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜ: ଯଶିପୁରର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କମଳାକାନ୍ତ ନାୟକଙ୍କର ପରଲୋକ । ସେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେବା ପରେ ବିଜୁ ପଟ୍ଟନାୟକଙ୍କ ଆହ୍ଵାନ କ୍ରମେ ୧୯୯୬ ମସିହାରେ ରାଜନୀତିରେ ଯୋଗ ଦେଇଥିଲେ। ଏଥିସହିତ ସେ ଜନତା ଦଳରୁ ପ୍ରାର୍ଥୀ ମଧ୍ୟ ହୋଇଥିଲେ ।

୨୦୦୪ ମସିହାରେରେ ସ୍ଵାଧୀନ ପ୍ରାର୍ଥୀ ରୂପେ ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ। ଏହାପରେ ବିଜୁ ଜନତା ଦଳ ପକ୍ଷରୁ ନିର୍ବାଚନ ଲଢି ୨୦୦୯ ମସିହାରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହି ଆସନରୁ ସେ ୨୦୦୯ ରୁ ୨୦୧୪ ପର୍ଯ୍ୟନ୍ତ ବିଧାୟକ ରହିଥିଲେ । କିଛି ଦିନ ହେବ ସେ ବିଜେଡି ଦଳ ଛାଡି ବିଜେପି ଦଳରେ ଯୋଗ ଦେଇଥିଲେ। ତେବେ ଆଜି ସକାଳେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହୃଦଘାତରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଥିଲା। ତାଙ୍କ ମୃତ୍ୟୁର ଖବର ପ୍ରଚାରିତ ହେବା ପରେ ଗ୍ରାମ ତଥା ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ଅପରପକ୍ଷରେ ତାଙ୍କ ଦେହାନ୍ତ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏଥିସହିତ ପଢ଼ନ୍ତୁ: ରଘୁନାଥ ମହାପାତ୍ରଙ୍କ ପୁତ୍ର ପ୍ରଶାନ୍ତଙ୍କ ପରଲୋକ

Latest Posts

Don't Miss