spot_img

Latest Posts

ରାଜ୍ୟରେ ପେଟ୍ରୋଲ ଦର ବୃଦ୍ଧି ନେଇ ସମସ୍ତ ପେଟ୍ରୋଲ ପମ୍ପ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ଦେଶରେ ହୁ ହୁ ହୋଇ ବଢିଚାଲିଛ ପେଟ୍ରୋଲ ଓ ଡିଜେଲ୍ ଦର। ଓଡ଼ିଶାରେ ବି ଦର ବଢିବାରେ ଲାଗିଛି। ସ୍ଥିତି ଏଭଳି ହୋଇଛି ରାଜ୍ୟରେ ଅନେକ ସ୍ଥାନରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଟପିଛି। ବଢୁଥିବା ତୈଳ ଦରକୁ ନେଇ ଆଜି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ଆଗରେ ଧାରଣା ଦେବା ସହ ବିକ୍ଷୋଭ କରୁଛି କଂଗ୍ରେସ। ଏହି ବିକ୍ଷୋଭ ସକାଳ ୧୧ଟା ପର୍ଯ୍ୟନ୍ତ ଧାରଣା ଓ ବିକ୍ଷୋଭ କରିବାକୁ ଦଳ ନିଷ୍ପତ୍ତି ନେଇଛି। କରୋନାର ୨ୟ ଲହର ସାରା ଦେଶକୁ କବଳିତ କରିଥିବା ବେଳେ କେନ୍ଦ୍ର ସରକାର ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବଢାଇ ଚାଲିଛନ୍ତି । ଦେଶର ଅନେକ ଅଂଚଳରେ ପେଟ୍ରୋଲ ଓ ଡିଜେଲର ଦର ଲିଟର ପ୍ରତି ୧୦୦ ଟଙ୍କା ପାର କରିଥିବାବେଳେ ଘରୋଇ ସାମଗ୍ରୀ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଦର ଆକାଶଛୁଆଁରେ ପହଂଚିଛି। ଯାହାକୁ ନେଇ ପ୍ରତିବାଦ କରୁଛି ରାଜ୍ୟ କଂଗ୍ରେସ।

ସେପଟେ ପେଟ୍ରୋଲ,ଡିଜେଲ ଏବଂ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ସମ୍ବଲପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସମସ୍ତ ପେଟ୍ରୋଲ ପମ୍ପରେ ବିକ୍ଷୋଭ ପ୍ରଦର୍ଶନ। କରୋନା ମହାମାରୀ ସମୟରେ ତୈଳ ଦର ବୃଦ୍ଧି କରି ସାଧାରଣ ଜନତାଙ୍କୁ ସରକାର ଶୋଷଣ କରୁଛନ୍ତି, ଏଣୁ ତୁରନ୍ତ ପ୍ରତ୍ୟାହାର ଦାବି କରିଛି କଂଗ୍ରେସ ଦଳ।

Latest Posts

Don't Miss