spot_img

Latest Posts

ସ୍ମାର୍ଟ ହେଲ୍ଥ କାର୍ଡ ବାଣ୍ଟିବାକୁ ୨୦ତାରିଖରୁ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୦ତାରିଖରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗସ୍ତରେ ଯିବେ। ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ଲୋକଙ୍କୁ ବାଣ୍ଟିବେ। ଅଗଷ୍ଟ ୧୫ ତାରିଖ ଦିନ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ଡିଜିଟାଲ ହେଲ୍ଥ କାର୍ଡ ଆରମ୍ଭ କିରଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଧିନତା ଦିବସରେ ରାଜ୍ୟବାସୀଙ୍କ ପାଇଁ ଏହି ଘୋଷଣା କରିଥିଲେ। ରାଜ୍ୟ ତଥା ଦେଶରେ ୨୦୦ରୁ ଅଧିକ ଡାକ୍ତରଖାନାରେ ଏହି ସ୍ମାର୍ଟ ହେଲ୍ଥ କାର୍ଡ ସୁବିଧା ଲୋକ ପାଇପାରିବେ। ଓଡ଼ିଶାର ୯୬ଲକ୍ଷ ପରିବାର ଓ ସାଢେ ୩କୋଟି ଲୋକ ଏହାଦ୍ୱାରା ଉପକୃତ ହେବେ। ପ୍ରତିବର୍ଷ ମହିଳାଙ୍କ ପାଇଁ ୧୦ଲକ୍ଷ ଓ ପରିବାର ପାଇଁ ୫ଲକ୍ଷ ଟଙ୍କା ଲେଖାଏଁ ବୀମା ସହାୟତା ମିଳିବ।

ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ଐତିହାସିକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏଭଳି ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତୋଦ୍ୟୋୟ ହିତାଧିକାରୀଙ୍କୁ ମିଳିବ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ

୨୦୧୮ ଅଗଷ୍ଟ ୧୫ରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ ପ୍ରତି ହିତାଧିକାରୀ ପରିବାର ପାଇଁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ରହିଛି। ଓଡ଼ିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍ପିଟାଲ ଚେନରେ ଚିକିତ୍ସା ସୁବିଧା ମିଳିବ।

Latest Posts

Don't Miss