spot_img

Latest Posts

ଅବପାତରେ ପରିଣତ ହେଲା ଲଘୁଚାପ, ୧୩ ଓ ୧୪ ତାରିଖରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅବପାତରେ ପରିଣତ ହେଲା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ତାମିଲନାଡୁ ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହା ସହ ଆସନ୍ତା ୧୩ ତାରିଖ ବେଳକୁ ଆଣ୍ଡାମାନ ସାଗର ଏବଂ ଏହାର ଆଖପାଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏଥିପାଇଁ ଏବେ ପାଗ ଅନୁକୁଳ ରହିଛି। ଏହି ଦୁଇଟି ଲଘୁଚାପ ପ୍ରଭାବରେ ଆଜିଠାରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ କୋହଲିଆ ପାଗ ରହିବ। ୧୩ ଓ ୧୪ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଦୁର୍ବଳ ହେବା ପରେ ରାଜ୍ୟରେ ବଢିବ ଶୀତର ପରିମାଣ।

Latest Posts

Don't Miss