ଶିଶୁ ଦିବସରେ ୧୩୮ ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
1 min readଭୁବନେଶ୍ୱର: ହାଇଟେକ୍ ହେଉଛି ହାଇସ୍କୁଲ । 5T ଅଧିନରେ ସ୍କୁଲ ଟ୍ରାନ୍ସଫର୍ମେସନ ଜରିଆରେ ବଦଳୁଛି ସ୍କୁଲର ନକ୍ସା । ନୂଆ ରୂପରେ ସ୍କୁଲ , ଶ୍ରେଣୀଗୃହ, ଲାଇବ୍ରେରୀ । ପିଲାଙ୍କୁ ସରକାରୀ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଅତ୍ୟାଧୁନିକ ଜ୍ଞାନ କୌଶଳରେ ପାଠପଢ଼ା । ଆଜି ଶିଶୁ ଦିବସ ଅବସରରେ ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ହେବ ରୂପାନ୍ତରଣ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।
ବୌଦ୍ଧ ଜିଲ୍ଲାର ୧୦ ହାଇସ୍କୁଲ୍, ସୋନପୁରର ୧୧ ହାଇସ୍କୁଲ୍, ଭଦ୍ରକର ୧୭ ହାଇସ୍କୁଲ୍, କେନ୍ଦୁଝର ଜିଲ୍ଲାର ୧୦୦ ହାଇସ୍କୁଲ ହେବ ରୂପାନ୍ତରଣ । ପ୍ରତି ପିଲାଙ୍କ ଭିତରେ ରହିଛି ବିପୁଳ ସମ୍ଭାବନା । ସେ ପ୍ରତିଭା ଓ ସମ୍ଭାବନା ପୂର୍ଣ୍ଣପ୍ରାଣରେ ବିକଶିତ ହେଉ ଏହା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ । ରାଜ୍ୟରେ ସ୍କୁଲ ଟ୍ରାନ୍ସଫରମେସନ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବା ସହ ତାଙ୍କ ସ୍ୱପ୍ନକୁ ସାକାର କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।